AFFILIATE MARKETING

https://binomo.com?a=90810425bb57&t=0

Thursday, November 9, 2023

ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ

COASTAL NEWS ODIA 1442
ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ



ଭୁବନେଶ୍ୱର  : (CNO) ଭଞ୍ଜ ବିହାରୀ ମହାନ୍ତି - ଆଜିଠୁ ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଶୁଭାରମ୍ଭ କରିଛନ୍ତି । ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’ । 

ମାଣ୍ଡିଆ ବା ମିଲେଟକୁ ବିଶ୍ବସ୍ତରରେ ପହଞ୍ଚାଇବାକୁ ବଡ଼ ପ୍ରୟାସ । ଅନ୍ତର୍ଜାତୀୟ ସ୍ତରରେ ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ମହତ୍ତ୍ବାକାଂକ୍ଷୀ ଉଦ୍ୟମ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ୨୦୨୩କୁ ଅନ୍ତର୍ଜାତୀୟ ପୃଷ୍ଟିଶସ୍ୟ ବର୍ଷ ଘୋଷଣା କରିଛି ଜାତିସଂଘ। ଜାତିସଂଘକୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି।

୨୦୧୭ରେ ଓଡ଼ିଶା ମିଲେଟ ମିଶନର ଶୁଭାରମ୍ଭ ହୋଇଥିଲା। ପ୍ରତି ଲୋକର ଖାଇବା ଥାଳିରେ ମିଲେଟ ପହଞ୍ଚାଇବା କାର୍ଯ୍ୟ କରୁଛୁ। ମିଲେଟ ଆମକୁ ଅନେକ ବିଶେଷ ସ୍ବାସ୍ଥ୍ୟଗତ ସୁବିଧା ପ୍ରଦାନ କରେ। ମିଲେଟ ଚାଷ ପରିବେଶ ଅନୁକୂଳ ଅଟେ। ଆଦିବାସୀ ସମ୍ପ୍ରଦାୟକୁ ସଶକ୍ତ କରିବା ଆମର ଉଦ୍ଦେଶ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମିଲେଟ ଓ ମିଲେଟଭିତ୍ତିକ ଉଦ୍ୟୋଗ ମାଧ୍ୟମରେ ସଶକ୍ତ କରାଯିବ। 

ମିଲେଟ ସମାଜରେ ତାର ଯୋଗ୍ୟ ସ୍ବୀକୃତି ଫେରିପାଇବା ଆଶା କରାଯାଉଛି। ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିରଣ ବିଭାଗ ଏହାର ଆୟୋଜନ କରିଛି । ମାଣ୍ଡିଆ ବ୍ୟବହାରକୁ ପ୍ରୋତ୍ସାହିତ କରିବା ଓ ଏଥିପ୍ରତି ଜନ ସଚେତନତା ସୃଷ୍ଟି କରିବା ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ।

ଏଥିରେ ୩୦ ଜିଲ୍ଲାରୁ ମାଣ୍ଡିଆ ଚାଷୀଙ୍କ ସହ ଦେଶ ଓ ବିଦେଶରୁ ବିଭିନ୍ନ କ୍ଷେତ୍ରରୁ ପ୍ରାୟ ୩୦୦ ପ୍ରତିନିଧି ଯୋଗଦେଇଛନ୍ତି । ଓଡ଼ିଶାରେ ମାଣ୍ଡିଆ ଉପରେ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜନ ସାରା ଭାରତରେ ପ୍ରଥମ। ଗତବର୍ଷଠାରୁ ନଭେମ୍ବର ୧୦ ତାରିଖକୁ ରାଜ୍ୟରେ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଏବେ ଧାନ ପରି ମିଲେଟରେ ମଧ୍ୟ ଏମଏସପି ଦିଆଯାଉଛି। ୨ ଲକ୍ଷ ୬୦ ହଜାର ହେକ୍ଟରରେ ମାଣ୍ଡିଆ ଚାଷ ହେଉଛି। ଆଦିବାସୀଙ୍କ ପାଇଁ ଏହା ବଡ଼ ରୋଜଗାର ହୋଇଛି। ଏହାକୁ ଅନ୍ତର୍ଜାତୀୟ ସ୍ଥରରେ ପହଞ୍ଚାଇବାକୁ ରାଜ୍ୟ ସରକାର ଉଦ୍ୟମ ଚଳାଇଛନ୍ତି ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...