AFFILIATE MARKETING

https://binomo.com?a=90810425bb57&t=0

Wednesday, November 8, 2023

ଗୁଲୁଗୁଲା ଖାଉଖାଉ ଚାଲିଗଲା ଜୀବନ

COASTAL NEWS ODIA 1390

ଗୁଲୁଗୁଲା ଖାଉଖାଉ ଚାଲିଗଲା ଜୀବନ



ବେତନଟୀ - (CNO) ଭଞ୍ଜ ବିହାରୀ ମହାନ୍ତି - ଗୁଲୁଗୁଲା ଖାଉଖାଉ ଚାଲିଗଲା ଜୀବନ । ସାମାନ୍ୟ ଚ୍ୟାଲେଞ୍ଜରେ ଗୁଲୁଗୁଲା ଖାଉଖାଉ ତଣ୍ଟିରେ ଲାଗିଯାଇ ଅଣନିଶ୍ୱାସୀ ହେବାସହିତ ଚାଲିଗଲା ଯୁବକଙ୍କ ଜୀବନ । ଏଭଳିଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ବଡ଼ଜାମବଣି ଫାଣ୍ଡି ଅଧୀନ ଦାନ୍ତିଆମୁହାଁ ଗାଁରେ l

ମୃତକ ହେଲେ ଶିରୀଶଚନ୍ଦ୍ର ମହାନାୟକ । ବୟସ ୪୨ ବର୍ଷ । ସୂଚନା ଅନୁସାରେ ଦାନ୍ତିଆମୁହାଁ ସାପ୍ତାହିକ ହାଟରେ ଏକ ଜଳଖିଆ ଦୋକାନକୁ ଶିରୀଶ ଯାଇଥିଲେ। ସେଠାରେ ଚ୍ୟାଲେଞ୍ଜରେ ଥରକେ ଚାରିଗୋଟି ଗୁଲୁଗୁଲା ଓ ଗୋଟିଏ ମାଲପୁଆ ଏକସଙ୍ଗେ ପାଟିରେ ପୁରାଇ ଖାଇବାକୁ ଆରମ୍ଭ କରିଥିଲେ । ଏହି ସମୟରେ ଏହା ତଣ୍ଟିରେ ଲାଗି ଅଟକି ରହିଯାଇଥିଲା।
ଫଳରେ ଅଣନିଶ୍ୱାସୀ ହୋଇ ଶିରୀଶ ଗୁରୁତର ହୋଇପଡ଼ିଥିବା ବେଳେ ପାଖରେ ଥିବା ଲୋକ ତାଙ୍କୁ ପାଣି ପିଆଇଥିଲେ। ତେବେ ପାଣି ନାକ ପଟୁ ବାହାରି ଆସିଥିବା ବେଳେ ଶିରୀଶ ଛଟପଟ ହୋଇ ତଳେ ପଡ଼ିଯିବା ସହିତ ଗୁରୁତର ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ବାରିପଦା ଡାକ୍ତରଖାନା ଦିଆଯାଇଥିଲା ।
ତେବେ ଡାକ୍ତର ଶିରୀଶଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମୃତକଙ୍କ ପରିବାରଲୋକଙ୍କ ଏତଲା ପରେ ବଡଜାମବଣି ଫାଣ୍ଡି ଅଧିକାରୀ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି ।

No comments:

COASTAL NEWS

Complaint to the Hon’ble Member of Parliament Regarding Illegal Allotment of RMC Shop Rooms at Aul

To Sj. Baijayanta Panda  Hon’ble Member of Parliament Kendrapara, Odisha Subject: Complaint regarding illegal allotment of R...