AFFILIATE MARKETING

https://binomo.com?a=90810425bb57&t=0

Wednesday, November 15, 2023

ଆଇସିସି ବିଶ୍ବକପ ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ

COASTAL NEWS ODIA 1449

ଆଇସିସି ବିଶ୍ବକପ ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ 


ମୁମ୍ବାଇ : ଭଞ୍ଜ ବିହାରୀ ମହାନ୍ତି - ଆଇସିସି ବିଶ୍ବକପ ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ । ଅର୍ଥାତ୍ ବିଶ୍ବ ଚାମ୍ପିଅନ ହେବାଠାରୁ ଆଉ ମାତ୍ର ଗୋଟିଏ ବିଜୟ ବାକି ରହିଛି ।

ବୁଧବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୭୦ ରନରେ ପରାସ୍ତ କରିଛି । ଭାରତ ଦ୍ବାରା ରଖାଯାଇଥିବା ୩୯୮ ରନ ଲକ୍ଷ୍ୟ ଜବାବରେ ନ୍ୟୁଜିଲାଣ୍ଡ ୩୨୭ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ଡାରିଲ ମିଚେଲ ୧୩୪ରନ, କେନ ଓ୍ବିଲିୟମସନ ୬୯ ରନ ଓ ଗ୍ଲେନ ଫିଲିପ୍ସ ୪୧ରନ କରିଥିଲେ । ଭାରତ ପକ୍ଷରୁ ମହମ୍ମଦ ସମି ଘାତକ ବୋଲିଂ କରି ୭ଟି ଓ୍ବିକେଟ ନେଇଥିଲେ ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ୍ ଏକ ବଡ଼ ସ୍କୋର ପାଇଁ ଏକ ଭଲ ମୂଳଦୁଆ ପକାଇଥିଲେ । ରୋହିତ ବିସ୍ଫୋରକ ବ୍ୟାଟିଂ କରିଥିଲେ ବି ଅଳ୍ପକେ ଅର୍ଦ୍ଧଶତକରୁ (୪୭ ରନ) ବଞ୍ଚିତ ହୋଇଥିଲେ । ସେହିପରି ଶୁଭମନ ଗିଲ୍ ୭୯ ରନ କରି ଏକ ଶତକ ଆଡକୁ ଗତି କରୁଥିବାବେଳେ ସେ ରିଟାୟାର୍ଡ ହଟ୍ ହୋଇ ପାଭିଲିୟନ ଫେରିଥିଲେ । 

ତେବେ ଶେଷ ଓଭରରେ ସେ ପୁଣି ଥରେ ଫେରିଥିଲେ । କିନ୍ତୁ ଆଜି ମ୍ଯାଚର ମୁଖ୍ୟ ଆକର୍ଷଣ ଥିଲା ବିରାଟ କୋହଲିଙ୍କ ୫୦ ତମ ଶତକ ଓ ଶ୍ରେୟସ ଆୟରଙ୍କ ବିସ୍ଫୋରକ ଶତକ । ବିରାଟ ୧୧୭ ରନ ଓ ଆୟର ୧୦୫ କରି ଆଉଟ ହୋଇଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୪ ଓ୍ବିକେଟ ହରାଇ ୩୯୭ ରନ କରିଥିଲା ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...