AFFILIATE MARKETING

https://binomo.com?a=90810425bb57&t=0

Tuesday, December 5, 2023

ପ୍ରଳୟଙ୍କାରୀ ବାତ୍ୟା ମିଗ୍‌ଜୋମ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ସ୍ଥିତି ଅସମ୍ଭାଳ

COASTAL NEWS ODIA 1558

ପ୍ରଳୟଙ୍କାରୀ ବାତ୍ୟା ମିଗ୍‌ଜୋମ୍‌’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ସ୍ଥିତି ଅସମ୍ଭାଳ 



ଭୁବନେଶ୍ବର - (CNO) ପ୍ରଳୟଙ୍କାରୀ ବାତ୍ୟା 'ମିଗ୍‌ଜୋମ୍‌'ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି । ଲ୍ୟାଣ୍ଡଫଲ୍‌ ଆରମ୍ଭ ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି । ଦକ୍ଷିଣ ଆନ୍ଧ୍ରର ବାପଟ୍‌ଲା ନିକଟରେ ଲ୍ୟାଣ୍ଡଫଲ୍ ହେବ । ଲ୍ୟାଣ୍ଡଫଲ୍ ସ୍ଥଳରେ ପବନ ବେଗ ୯୦ରୁ ୧୧୦ କିମି ରହିଛି । 
ପାଣିପାଗ ବିଭାଗ ସୂଚନା ମୁତାବକ ଆଜି ମଧ୍ୟରାତ୍ର ବେଳକୁ ବାତ୍ୟା ଦୁର୍ବଳ ହୋଇଯିବ । ମଧ୍ୟରାତ୍ର ସୁଦ୍ଧା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ବାତ୍ୟା । ବାତ୍ୟା ପ୍ରଭାବରେ ଓଡ଼ିଶାରେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଭୀଷଣ ବାତ୍ୟା ବର୍ତ୍ତମାନ ଆନ୍ଧ୍ରର ନେଲୋରଠାରୁ ୭୦ କିଲୋମିଟର, କଭାଲିରୁ ୩୫, ବାପଟଲାଠାରୁ ୮୦ କିଲୋମିଟର ଏବଂ ମଛଲିପଟନମରୁ ୧୪୦ କିଲୋମିଟର ଦୂରରେ ରହିଛି । ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ମିଗଜୋମ । ବାତ୍ୟା ମିଗଜୋମ୍ ପ୍ରଭାବରେ ଉବୁଟୁବୁ ଚେନ୍ନାଇ; ଭାସୁଛି ଗାଡ଼ି, ରାସ୍ତାରେ କୁମ୍ବୀର ଙ୍କ ଚଳପ୍ରଚଳ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି l

ଓଡିଶା ର ମାଲକାନଗିରି , ଗଜପତି , ରାୟଗଡା , ଝାରସୁଗୁଡା ,ସମ୍ବଲପୁର ବର୍ଷା ଜିଲ୍ଲାରେ ହୋଇଛି। ଲ୍ୟାଣ୍ଡଫଲ ପରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଓଡିଶା ସମୁଦ୍ର ମଧ୍ୟରେ ୩୫ ରୁ ୪୫ କିଲୋମିଟର ପବନ ରହିଛି । ଧୀରେ ଧୀରେ ବୃଦ୍ଧି ପାଇ ସର୍ବାଧିକ ୬୦ କିଲୋମିଟର ଘଂଟା ପ୍ରତି ରହିବ ବୋଲି ଆକଳନ କରାଯାଇଛି । 

ଚାଷୀଙ୍କ ଫସଲ ସୁରକ୍ଷା ପାଇଁ ରାଜ୍ଯ ସରକାର ଙ୍କ ଦ୍ଵାରା ଜାରି ହୋଇଛି ସ୍ବତନ୍ତ୍ର ନିର୍ଦ୍ଦେଶନାମା। ଓଡିଶା ସରକାରଙ୍କ ଦ୍ଵାରା ଅମଳକ୍ଷମ ଧାନ କାଟି ସୁରକ୍ଷିତ ସ୍ଥାନକୁ ନେଇଯିବାକୁ କୃଷକ ମାନଙ୍କୁ ପରାମର୍ଶ ଦିଆଯାଇଛି । ଚେନ୍ନାଇରେ ସ୍ଥିତି ଅସମ୍ଭାଳ । ବର୍ଷା ପ୍ରଭାବରେ ଆଠ ଜଣଙ୍କ ମୃତ୍ୟୁ ଘଟିବା ସହ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଜନଜୀବନ ପ୍ରଭାବିତ ସରକାର ଙ୍କ ତରଫରୁ ପୀଡିତ ଲୋକଙ୍କ ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ଭାରତର ପ୍ରଧାନମନ୍ତ୍ରୀ ପ୍ରଭାବିତ ରାଜ୍ଯ ମାନଙ୍କ ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ କୁ ପରାମର୍ଶ ଦେଇଛନ୍ତି l

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...