AFFILIATE MARKETING

https://binomo.com?a=90810425bb57&t=0

Sunday, December 3, 2023

ବାତ୍ୟା ମିଚାଉଙ୍ଗ୍ ନେବ ବାତ୍ୟା ରୂପ, ଓଡ଼ିଶା ହେବ ପ୍ରଭାବିତ

COASTAL NEWS ODIA 1540

ବାତ୍ୟା ମିଚାଉଙ୍ଗ୍ ନେବ ବାତ୍ୟା ରୂପ, ଓଡ଼ିଶା ହେବ ପ୍ରଭାବିତ 


ଭୁବନେଶ୍ୱର - (CNO) ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶୁକ୍ରବାର ମଧ୍ୟରାତ୍ରରେ ପଶ୍ଚିମ-ଉତ୍ତର-ପଶ୍ଚିମ ପ୍ରାନ୍ତକୁ ଗତିଶୀଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ପରେ ଆସନ୍ତା 24 ଘଣ୍ଟାରେ ଡିସେମ୍ବର 3 ତାରିଖ ସୁଦ୍ଧା ବାତ୍ୟା ରୂପ ନେବ । ବାତ୍ୟା ମିଚାଉଙ୍ଗ୍ ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟା ପାଲଟିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରି ଘୋଷଣା କରାଯାଇଛି l

ବାତ୍ୟା ମିଚାଉଙ୍ଗ୍ ଘଣ୍ଟା ପ୍ରତି 80 ରୁ 90 କିଲୋମିଟର୍‌ ବେଗରେ ପ୍ରବାହିତ ହୋଇ ପ୍ରବଳ ବର୍ଷା ସହିତ ଡିସେମ୍ବର 5 ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରପ୍ରଦେଶର ଉପକୂବର୍ତ୍ତୀ ଅଞ୍ଚଳ ନେଲୁର୍ ଓ ମଛଲିପଟ୍ଟନମ୍ ମଧ୍ୟରେ ସ୍ଥଳଭାଗକୁ ପ୍ରବେଶ କରିବ ।  ବାତ୍ୟା ପ୍ରଭାବରେ ଆସନ୍ତାକାଲି ଠାରୁ 7 ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । 5 ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ 5 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି । 

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ 70-200 ମିଲିମିଟର ବର୍ଷିବା ନେଇ ଚେତାବନୀ ଦିଆଯାଇଛି । ସବୁ ବନ୍ଦରକୁ 1 ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏଥିପାଇଁ 7 ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । 4 ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ । 

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି 5 ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

ଆସନ୍ତା 6 ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ, ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ର ଜିଲ୍ଲାଗୁଡିକର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

ଆସନ୍ତା 7 ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ଅବଶିଷ୍ଟ କେନ୍ଦୁଝର ଜିଲ୍ଲାର ଅନେକ ସ୍ଥାନରେ, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳକୁ ନଯିବାକୁ ପରାମର୍ଶ ଦିଆଯାଇଛି । 

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...