AFFILIATE MARKETING

https://binomo.com?a=90810425bb57&t=0

Sunday, December 3, 2023

ବାତ୍ୟା ମିଚାଉଙ୍ଗ୍ ନେବ ବାତ୍ୟା ରୂପ, ଓଡ଼ିଶା ହେବ ପ୍ରଭାବିତ

COASTAL NEWS ODIA 1540

ବାତ୍ୟା ମିଚାଉଙ୍ଗ୍ ନେବ ବାତ୍ୟା ରୂପ, ଓଡ଼ିଶା ହେବ ପ୍ରଭାବିତ 


ଭୁବନେଶ୍ୱର - (CNO) ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶୁକ୍ରବାର ମଧ୍ୟରାତ୍ରରେ ପଶ୍ଚିମ-ଉତ୍ତର-ପଶ୍ଚିମ ପ୍ରାନ୍ତକୁ ଗତିଶୀଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ପରେ ଆସନ୍ତା 24 ଘଣ୍ଟାରେ ଡିସେମ୍ବର 3 ତାରିଖ ସୁଦ୍ଧା ବାତ୍ୟା ରୂପ ନେବ । ବାତ୍ୟା ମିଚାଉଙ୍ଗ୍ ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟା ପାଲଟିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରି ଘୋଷଣା କରାଯାଇଛି l

ବାତ୍ୟା ମିଚାଉଙ୍ଗ୍ ଘଣ୍ଟା ପ୍ରତି 80 ରୁ 90 କିଲୋମିଟର୍‌ ବେଗରେ ପ୍ରବାହିତ ହୋଇ ପ୍ରବଳ ବର୍ଷା ସହିତ ଡିସେମ୍ବର 5 ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରପ୍ରଦେଶର ଉପକୂବର୍ତ୍ତୀ ଅଞ୍ଚଳ ନେଲୁର୍ ଓ ମଛଲିପଟ୍ଟନମ୍ ମଧ୍ୟରେ ସ୍ଥଳଭାଗକୁ ପ୍ରବେଶ କରିବ ।  ବାତ୍ୟା ପ୍ରଭାବରେ ଆସନ୍ତାକାଲି ଠାରୁ 7 ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । 5 ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ 5 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି । 

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ 70-200 ମିଲିମିଟର ବର୍ଷିବା ନେଇ ଚେତାବନୀ ଦିଆଯାଇଛି । ସବୁ ବନ୍ଦରକୁ 1 ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏଥିପାଇଁ 7 ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । 4 ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ । 

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି 5 ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

ଆସନ୍ତା 6 ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ, ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ର ଜିଲ୍ଲାଗୁଡିକର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

ଆସନ୍ତା 7 ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ଅବଶିଷ୍ଟ କେନ୍ଦୁଝର ଜିଲ୍ଲାର ଅନେକ ସ୍ଥାନରେ, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳକୁ ନଯିବାକୁ ପରାମର୍ଶ ଦିଆଯାଇଛି । 

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...