AFFILIATE MARKETING

https://binomo.com?a=90810425bb57&t=0

Sunday, December 24, 2023

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ପାଇଁ ଜୋରଦାର ପ୍ରସ୍ତୁତି

COASTAL NEWS ODIA 1604

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ପାଇଁ ଜୋରଦାର ପ୍ରସ୍ତୁତି 



ପୁରୀ - (CNO) ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ପାଇଁ ଜୋରଦାର ହେଉଛି ପ୍ରସ୍ତୁତି । ଆସନ୍ତା ଜାନୁଆରୀ 17 ରେ ଅନୁଷ୍ଠିତ ହେବାକୁ ଥିବା ଏହି ଲୋକାର୍ପଣ ଉତ୍ସବ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଥମେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ନିମନ୍ତ୍ରଣ ପତ୍ର‌ ଅର୍ପଣ କରାଯାଇଥିଲା । ଏହାପରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିୟନ୍ତ୍ରଣ ଦିଆଯାଇଛି । 

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ନେତୃତ୍ୱରେ ଏକ ଟିମ୍ ପୁରୀ ଗୋବର୍ଦ୍ଧନ ପୀଠର ପୀଠାଧୀଶ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ଵାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ନିମନ୍ତ୍ରଣ ପତ୍ର୍ର ଦିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ସହ ପରିଚାଳନା କମିଟିର ସଦସ୍ୟ ମାନେ ମଧ୍ୟପ୍ରଦେଶର ଉଜ୍ଜୟିନୀ ଠାରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରି ଉତ୍ସବରେ ଉପସ୍ଥିତି ପାଇଁ ନିବେଦନ କରିଛନ୍ତି । ସେଠାରେ ଜଗତଗୁରୁଙ୍କ ସହ ଵିସ୍ତ୍ରୃତ ଭାବରେ ପରିକ୍ରମା ପ୍ରକଳ୍ପର ଯଜ୍ଞ ଓ ହୋମ ଆଦି ବିଧିବିଧାନ ସମ୍ପର୍କରେ ଆଲୋଚନା କରାଯାଇଛି । 
 
ଆଗାମୀ ମାସରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ଶ୍ରୀକ୍ଷେତ୍ରକୁ ଫେରିବା ପରେ ଗଜପତି ମହାରାଜଙ୍କ ନେତୃତ୍ବରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରାଯିବାର କାର୍ଯ୍ୟକ୍ରମ ରହିଛି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...