AFFILIATE MARKETING

https://binomo.com?a=90810425bb57&t=0

Tuesday, December 5, 2023

କେନ୍ଦ୍ର ସରକାରଙ୍କ ବଡ଼ ଯୋଜନା, ସଡକ ଦୁର୍ଘଟଣାରେ ଆହତଙ୍କୁ ମିଳିବ ମାଗଣା ଚିକିତ୍ସା ସେବା

COASTAL NEWS ODIA 1560

କେନ୍ଦ୍ର ସରକାରଙ୍କ ବଡ଼ ଯୋଜନା, ସଡକ ଦୁର୍ଘଟଣାରେ ଆହତଙ୍କୁ ମିଳିବ ମାଗଣା ଚିକିତ୍ସା ସେବା 


 
ଭୁବନେଶ୍ୱର - (CNO) କେନ୍ଦ୍ର ସରକାରଙ୍କ ଜନମଙ୍ଗଳକାରୀ ଯୋଜନା କାର୍ଯ୍ୟକାରୀ ହେବ l ଏଣିକି ସଡ଼କ ଦୁର୍ଘଟଣାରେ ଆହତଙ୍କୁ  ଚିକିତ୍ସା ଲାଗି ଆଉ ହଇରାଣ ହେବାକୁ ପଡ଼ିବ ନାହିଁ । ଅର୍ଥ ଅଭାବରୁ ଚିକିତ୍ସା ନ ପାଇ କାହାର ଜୀବନହାନି ହେବ ନାହିଁ । ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ଏଣିକି ସମ୍ପୂର୍ଣ୍ଣ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । କେନ୍ଦ୍ର ସରକାର ଦେଶର ନାଗରିକଙ୍କ ପାଇଁ ବଡ ଯୋଜନା କରିଛନ୍ତି । ସଡ଼କ ଦୁର୍ଘଟଣାରେ ଶିକାର ବ୍ୟକ୍ତିମାନଙ୍କ ମଧ୍ୟରୁ ଡେରିରେ ଚିକିତ୍ସା କାରଣରୁ ଅଧିକାଂଶ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥାଏ । ଏହାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ଖୁବଶୀଘ୍ର ସଡକ ଦୁର୍ଘଟଣାରେ ଶିକାର ବ୍ୟକ୍ତିଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା କରିବାକୁ ଯାଉଛନ୍ତି । 

ଏନେଇ ପ୍ରଥମରୁ ସରକାର ମଟର ଭେଇକିଲ ନିୟମର ପରିବର୍ତ୍ତନ କରିସାରିଛନ୍ତି । ପରିସଂଖ୍ୟାନ ମୁତାବକ ଗତବର୍ଷ 4.46 ଲକ୍ଷ ସଡକ ଦୁର୍ଘଟଣା ହୋଇଛି । ଏଥିରେ 4.23 ଲକ୍ଷ ଲୋକ ଆହତ ହୋଇଛନ୍ତି ଓ 1.71 ଲକ୍ ଲୋକଙ୍କର  ମୃତ୍ୟୁ ହୋଇଛି । କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଖୁବଶୀଘ୍ର ଏନେଇ ଘୋଷଣା କରିପାରେ । 

ଆଗାମୀ 4 ମାସ ମଧ୍ୟରେ ସାରା ଦେଶରେ ଏହି ନିୟମ ଲାଗୁ ହେବାକୁ ଯାଉଛି । ମନ୍ତ୍ରଣାଳୟର ସଚିବ ଅନୁରାଗ ଜୈନ ଏକ କର୍ଯ୍ୟକ୍ରମରେ କହିଛନ୍ତି କି, ସଡକ ଦୁର୍ଘଟଣାରେ ଦେଶରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହେଉଛି । ନିଶ୍ଳୁକ ଓ କ୍ୟାସଲେସ ଚିକିତ୍ସା ଭାରତୀୟ ମୋଟର ଯାନ ଆଇନରେ ରହିଛି । ଏବେ ଏହି ନିୟମର ପାଳନ କିଛି ରାଜ୍ୟରେ କରାଯାଉଛି । ହେଲେ ଆଗାମୀ 4 ମାସ ମଧ୍ୟରେ ଏହା ଦେଶର ପ୍ରତିଟି ରାଜ୍ୟରେ ଲାଗୁ ହେବ । 

ଏନେଇ ମନ୍ତ୍ରଣାଳୟ ତରଫରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିକଟରେ ଆବେଦନ କରାଯାଇଛି ।  ସେପଟେ ସଡକ ସୁରକ୍ଷା ନେଇ ସଚେତନ କରିବାକୁ ସରକାର ରୋଡ ସେଫ୍ଟି କୋର୍ସ ପ୍ରସ୍ତୁତ କରିବାକୁ ଯାଉଛନ୍ତି । ଏହା ଖୁବଶୀଘ୍ର ସ୍କୁଲ ଓ କଲେଜ ପାଠ୍ୟକ୍ରମରେ ସାମିଲ ହେବ । ଏହାସହ ଭାରତ ଏନକ୍ୟାପ ବି ଲାଗୁ ହେବ । ଏଥିରେ ସିଟ୍ ବେଲ୍ଟ ରିମାଇଣ୍ଡର ଓ ଗାଡିର କିଛି ଟେକ୍ନୋଲୋଜୀରେ ପରିବର୍ତ୍ତନ କରାଯିବ । ତେବେ ସଡକ ଦୁର୍ଘଟଣା କମେଇବାକୁ ହେଲେ ଜନ ସଚେତନତା ଜରୁରୀ l

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...