AFFILIATE MARKETING

https://binomo.com?a=90810425bb57&t=0

Wednesday, December 27, 2023

SIMILIPAL NATIONAL PARK OPENING TODAY FOR TOURISTS ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

COASTAL NEWS ODIA 1613

SIMILIPAL NATIONAL PARK IS OPENING TODAY FOR TOURISTS 
ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ 


ଶିମିଳିପାଳ - (CNO) ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ । ମାସକ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ପ୍ରଶାସନିକ ସ୍ତରରେ ଆଲୋଚନା ପରେ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିଥିବା ଜଣାପଡିଛି । ତେବେ ଏହାକୁ ନେଇ ପର୍ଯ୍ୟଟକଙ୍କ ମନରେ ଉଲ୍ଲାସ ଦେଖିବାକୁ ମିଳିଛି । ଶିମିଳିପାଳ ମୁଖ୍ୟ ରାସ୍ତାରେ ମୋରମ ବିଛାଇବା ସହିତ ଅନ୍ୟ ଆନୁସଙ୍ଗିକ ଭିତ୍ତିଭୂମି ସଜାଡିବା ନେଇ ଶିମିଳିପାଳ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଥିଲା । 

ଶିମିଳିପାଳ ବିକାଶ ପରିଷଦ ତରଫରୁ ରାଜ୍ୟ ସରକାରଙ୍କ ବନ ବିଭାଗ ମନ୍ତ୍ରୀ, ସଚିବ ଏବଂ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ ମଧ୍ୟ କରାଯାଇଥିଲା । ପ୍ରଶାସନିକ ସ୍ତରରେ ଆଲୋଚନା ପରେ ୪ଦିନ ହେବ ରାସ୍ତାରେ ମୋରମ ବିଛା କାମ ଆରମ୍ଭ ହୋଇଥିବା ବେଳେ ଆଜି ପର୍ଯ୍ୟଟକଙ୍କୁ ଶିମିଳିପାଳ ଯିବାକୁ ଅନୁମତି ମିଳିଛି । ୪ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲା ଶିମିଳିପାଳ ବିକାଶ ପରିଷଦ ।  

ଶିମିଳିପାଳ ଜୈବମଣ୍ଡଳ ର ଆୟତନ୨୭୫୦ ବର୍ଗ କି.ମି ତନ୍ମଧ୍ୟରୁ ୩୦୩ ବର୍ଗ କି.ମି ହେଉଛି ଆଭ୍ୟନ୍ତରୀଣ ଅଞ୍ଚଳ ଯାହାକି ଭାରତ ର ଏକ ପ୍ରସିଦ୍ଧ ଅଭୟାରଣ୍ୟ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ଜାତୀୟ ଉଦ୍ୟାନ ଅଟେ । ସବୁଜ ବନାନୀ, ନଭଶ୍ଚୁମ୍ବୀ ପର୍ବତ, ଭାସ୍ୟ ମାନ ମେଘମାଳା ଓ କଳ କଳ ନାଦ କରି ବୋହି ଯାଉଥିବା ଝରଣା ଏଠାରେ ଏକ ମନୋରମ ପରିବେଶ ସୃଷ୍ଟି କରିଥାଏ ।ଏଠାରେ ବିଭିନ୍ନ ପ୍ରଜାତି ର ପ୍ରାଣୀ ଓ ଉଦ୍ଭିଦ ଦେଖିବାକୁ ମିଳେ ତନ୍ମଧ୍ୟରୁ ୧୦୭୬ ପ୍ରଜାତି ର ସ୍ତନ୍ୟପାୟୀ ପ୍ରାଣୀ, ୨୩୧ ପ୍ରଜାତି ର ପକ୍ଷୀ, ୨୯ ପ୍ରଜାତି ର ସରୀସୃପ ଅଟନ୍ତି । ସମୁଦ୍ର ପତ୍ତନ ଠାରୁ ଶିମିଳିପାଳ ର ହାରାହାରି ଉଚ୍ଚତା ହେଉଛି ୯୦୦ ମି. । 

ଶିମିଳିପାଳ ଅଭୟାରଣ୍ୟରେ ବିଭିନ୍ନ ପ୍ରକାରର ଗଛ ବୃକ୍ଷ ଦେଖାଯାଏ ଯଥା ଶାଳ, ପିଆଶାଳ,ଶାଗୁଆନ, ଶିଶୁ, ଶିମିଳି, ମହୁଲ, ଆମ୍ବ, ପଣଷ ଇତ୍ୟାଦି । ସୁଉଚ୍ଚ ପର୍ବତ ଶିଖର ଗୁଡିକ ଯଥା ଖୈରିବୁରୁ (୧୧୭୮ ମି.) ଓ ମେଘାସନୀ (୧୧୫୮ ମି.) ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିଥାଏ । ବିଭିନ୍ନ ନଦୀ ଗୁଡିକ ଯଥା ବୁଢ଼ାବଳଙ୍ଗ, ଖଇରୀ, ସାଳନ୍ଦୀ, ପଳପଳା ଇତ୍ୟାଦି ଶିମିଳିପାଳ ରୁ ଉତ୍ପନ୍ନ ହୋଇଛନ୍ତି । ବରେହିପାଣି (୪୦୦ ମି.) ଓ ଯୋରନ୍ଦା ଜଳପ୍ରପାତ (୧୫୦ ମି.) ର ଦୃଶ୍ୟ ଅତୀବ ମନୋରମ ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...