AFFILIATE MARKETING

https://binomo.com?a=90810425bb57&t=0

Friday, January 5, 2024

ସମଲିଙ୍ଗୀ ସମ୍ପର୍କରୁ ହତ୍ୟା ! ଚାଲିଗଲା ଯୁବକଙ୍କ ଜୀବନ Transgender man held for brutal morder

COASTAL NEWS ODIA 1641

ସମଲିଙ୍ଗୀ ସମ୍ପର୍କରୁ ହତ୍ୟା ! ଚାଲିଗଲା ଯୁବକଙ୍କ ଜୀବନ
Transgender man held for brutal morder 


ଖୋର୍ଦ୍ଧା - (CNO) ମହଙ୍ଗା ପଡ଼ିଲା କିନ୍ନର ବନ୍ଧୁଙ୍କ ସହ ପ୍ରେମ ସମ୍ପର୍କ । ଚାଲିଗଲା ପ୍ରେମିକ ଯୁବକଙ୍କ ଜୀବନ । ଦୁହିଁଙ୍କ ଭିତରେ ଜଣେ ଯୁବତୀଙ୍କ ଏଣ୍ଟ୍ରି ହେବାରୁ ବଳି ପଡ଼ିଗଲେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଭୀମପୁର ଗାଁର ରଶ୍ମୀ ରଞ୍ଜନ ବଳିୟାରସିଂହ । ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ । 

ଖବର ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଶଗଡଭଗା ଗାଁର ରଶ୍ମୀରଞ୍ଜନ ବଳିୟାରସିଂହ ନାମକ ଜଣେ ଯୁବକଙ୍କୁ ତାଙ୍କ ବନ୍ଧୁ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଏସଡିପିଓଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ଆଗକୁ ବଢ଼ିଥିଲା ପୁଲିସର ତଦନ୍ତ । 

ମିଳିଥିବା ସୂଚନା ମୁତାବକ  ଏକ ରାମ ନାଟକ ଯାତ୍ରାରେ ଅଭିନୟ କରିବା ପାଇଁ ଚନ୍ଦନପୁର ଅଞ୍ଚଳର ସୋମନାଥ ଲାଠି ନାମକ ଜଣେ ତୃତୀୟଲିଙ୍ଗିକୁ ଆଣି ନିଜ ଘରେ ରଖିବା ସହିତ ତା ସହିତ ଶାରିରୀକ ସମ୍ପର୍କ ରଖିଥିଲେ ରଶ୍ମୀ ରଞ୍ଜନ । 2017 ରୁ ଉଭୟଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ଥିଲା । କିନ୍ତୁ କିଛି ଦିନ ତଳେ ଏମାନଙ୍କ ଭିତରେ ଏଣ୍ଟ୍ରି ମାରିଥିଲେ ଜଣେ ଯୁବତୀ କଳାକାର । ଯାହାକୁ ସହି ପାରିନଥିଲେ କିନ୍ନର ବନ୍ଧୁ ସୋମନାଥ ଲାଠ । ମୃତ ରଶ୍ମୀଙ୍କ ସହ ଯୁବତୀଙ୍କ ସମ୍ପର୍କକୁ ନେଇ ଉଭୟ ରଶ୍ମୀ ଓ ସୋମନାଥଙ୍କ ମଧ୍ୟରେ ଲାଗି ରହିଥିଲା ବିବାଦ । ଯାହାକୁ ନେଇ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟାଇଥିବା ପୋଲିସ ଆଗରେ ସ୍ୱିକାର କରିଛି ଅଭିଯୁକ୍ତ । 

ରଶ୍ମୀରଞ୍ଜନର ସୋମନାଥ ସହିତ ପ୍ରେମ ବିଚ୍ଛେଦ ହେବାରୁ ଜାନୁଆରୀ 2 ତାରିଖ ଦିନ ରଶ୍ମୀରଞ୍ଜନର ପରିବାର ଲୋକ ଘରେ ନଥିବା ସୁଯୋଗରେ ଏକୁଟିଆ ପାଇ ଘର ଭିତରେ ତୃତୀୟଲିଙ୍ଗି ସୋମନାଥ ଲାଥ ଲୁହା ରଡରେ ଆକ୍ରମଣ କରିଥିଲା । ପରେ ରଶ୍ମୀରଞ୍ଜନଙ୍କ ମୃତ୍ୟୁ ହୋଇଥିଲା । ସୋମନାଥ ତାଙ୍କ ଘରୁ ଟଙ୍କା ସହିତ କିଛି ସୁନା ଅଳଙ୍କାର ଲୁଟ୍ କରି ମୋଟର ସାଇକେଲ ନେଇ ଫେରାର ହୋଇଯାଇଥିଲା । ରଶ୍ମୀରଞ୍ଜନଙ୍କ ମା' ଏନେଇ ଜଙ୍କିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । 
ଜଙ୍କିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ସୋମନାଥକୁ ଧରିବା ପାଇଁ ପୋଲିସ ୩ଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା । ଶେଷରେ ଅଭିଯୁକ୍ତକୁ ଯାଜପୁରରୁ ଗିରଫ କରିଛି ପୋଲିସ । ସମଲିଙ୍ଗୀ ପ୍ରେମ ସମ୍ପର୍କକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେନ୍ଦ୍ର ନାଥ ମୁର୍ମୁ ଜଙ୍କିଆ ଥାନାରେ ଅନୁଷ୍ଠିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...