AFFILIATE MARKETING

https://binomo.com?a=90810425bb57&t=0

Sunday, January 7, 2024

ପ୍ରକାଶ ପାଇଲା ଭୋଟର ତାଲିକା

COASTAL NEWS ODIA 1647

ପ୍ରକାଶ ପାଇଲା ଭୋଟର ତାଲିକା 



ଭୁବନେଶ୍ବର - (CNO) ୨୦୨୪ ନିର୍ବାଚନ ପାଇଁ ପ୍ରକାଶ ପାଇଲା ଭୋଟର ତାଲିକା  ଭବନେଶ୍ୱର:୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଶୁକ୍ରବାର (ଡିସେମ୍ବର ୫) ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ହେଲେ ଚିଠା ଭୋଟର ତାଲିକାରେ ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଜଣ ଭୋଟର ଥିବାବେଳେ ସେଥିରେ ପୁରୁଷଙ୍କ ସଂଖ୍ୟା ୧କୋଟି ୬୮ ଲକ୍ଷ ୫୦ ହଜାର ୯୪୯ ଓ ମହିଳାଙ୍କ ସଂଖ୍ୟା ୧ କୋଟି ୬୩ ଲକ୍ଷ ୮୨ ହଜାର ୩୧ । ରାଜ୍ୟରେ ତୃତୀୟ ଲିଙ୍ଗ ଭୋର୍ଟଙ୍କ ସଂଖ୍ୟା ୩୩୮୦ ରହିଛି । 

ନୂତନ ଭୋଟର ତାଲିକା-୨୦୨୪ରେ ମୋଟ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ଭୋଟର ଯୋଡ଼ି ହୋଇଛନ୍ତି ଓ ସେଥିମଧ୍ୟରୁ ୧୮-୧୯ ବର୍ଷର ୪ ଲକ୍ଷ ୭୬ ହଜାର ୯୬୯ ଜଣ ଯୁବ ଭୋଟର୍ ନୂତନ ଭୋଟର ତାଲିକାରେ ଯୋଡ଼ି ହୋଇଛନ୍ତି । ତେଣୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାନୁସାରେ ନିର୍ବାଚନ ଇସ୍ତାହାର ପାଇଁ ଇସିଆଇ ନିୟମ ପ୍ରଣୟନ କରିଛନ୍ତି ବୋଲି ରାଜ୍ୟ - ମୁଖ୍ୟ ନିର୍ବାଚନ ଅଧୁକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସର୍ବଦଳୀୟ ବୈଠକରେ ସୂଚନା ଦେଇଛନ୍ତି । 
 
ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଆଗାମୀ - ସାଧାରଣ ନିର୍ବାଚନ-୨୪ ନିମନ୍ତେ ସମସ୍ତ ଜାତୀୟ, ରାଜ୍ୟସ୍ତରୀୟ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନେଇ ଏକ ସର୍ବଦଳୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଉକ୍ତ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି କରାଯାଇଥୁବା ନିର୍ବାଚନ ସଂପର୍କିତ ଅତି ଗୁରୁତ୍ୱପୂର୍ଣ ନିର୍ଦ୍ଦେଶାବଳୀ ସଂପର୍କରେ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ଅବଗତ କରାଇଛନ୍ତି ।


ସେ କହିଛନ୍ତି ଯେ, ସାଧାରଣ ନିର୍ବାଚନ ୨୦୨୪କୁ ଆଖି ଆଗରେ ରଖ୍ ଆମ ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ସରି ଗତ ୨୭ ଅକ୍ଟୋବର ୨୦୨୩ରେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି । ୫ ଜାନୁଆରୀ ୨୦୨୪ରେ ଚୂଡ଼ାନ୍ତ ଭୋଟର୍ ତାଲିକା ପ୍ରକାଶ ପାଇଛି । ପ୍ରକାଶିତ ହେବାକୁ ଥିବା ଚୂଡ଼ାନ୍ତ ଭୋଟର୍ ତାଲିକା ୨୦୨୪ ଅନୁସାରେ ରାଜ୍ୟରେ ମୋଟ ଭୋଟରଙ୍କ ସଂଖ୍ୟା ହେଲା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଜଣ । ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ୫୦ ହଜାର ୯୪୯ ଜଣ ଓ ମହିଳା ଭୋଟରଙ୍କ ସଂଖ୍ୟା ୧ କୋଟି ୬୩ ଲକ୍ଷ ୮୨ ହଜାର ୩୧ ଜଣ । 

ରାଜ୍ୟରେ ତୃତୀୟ ଲିଙ୍ଗ ଭୋଟରଙ୍କ ସଂଖ୍ୟା ହେଲା ୩୩୮୦ । ରାଜ୍ୟରେ ଯୁବ ଭୋଟର (୧୮-୧୯ ବର୍ଷ)ଙ୍କ ସଂଖ୍ୟା ହେଲା ୭ ଲକ୍ଷ ୫୪ ହଜାର ୯୪୬, ଯାହାକି ବିଗତ ୫ ବର୍ଷରେ ସର୍ବାଧିକ ୨.୨୭ ପତିଶତ । ମୋଟ୍ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ହେଲା ୪ ଲକ୍ଷ ୫୭ ହଜାର ୮୨୧ ଜଣ, ଅର୍ଥାତ୍ ୧.୩୮% ପ୍ରତିଶତ । ସେହିପରି ରାଜ୍ୟରେ ବରିଷ୍ଠ ଭୋଟରଙ୍କ ୮୦ ବର୍ଷରୁ ଅଧିକ ସଂଖ୍ୟା ହେଲା ୬ ଲକ୍ଷ ୮୫ ହଜାର ୪୮ ଜଣ ଅର୍ଥାତ ୨.୦୬% ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...