AFFILIATE MARKETING

https://binomo.com?a=90810425bb57&t=0

Saturday, January 6, 2024

ସ୍ଥଗିତ ରହିବ ନାହିଁ ଡ୍ରାଇଭର ଆନ୍ଦୋଳନ

COASTAL NEWS ODIA 1646

ସ୍ଥଗିତ ରହିବ ନାହିଁ ଡ୍ରାଇଭର ଆନ୍ଦୋଳନ



ଭୁବନେଶ୍ୱର: ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ରହିବ ନାହିଁ ବୋଲି ସଂଘ ପକ୍ଷରୁ ପ୍ରକାଶ କରାଯାଇଛି । ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ଘୋଷଣାରେ ଆସିଥିଲା ଟ୍ୱିଷ୍ଟ । ଓଡ଼ିଶାରେ ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ରଖାଯାଇଥିବା ନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଥିବାବେଳେ ସ୍ଥଗିତ ରଖାଯିବା ସମ୍ପର୍କରେ ଆମେ କିଛି ଜାଣିନୁ ବୋଲି ଆନ୍ଦୋଳନରତ ଡ୍ରାଇଭରମାନେ କହିଛନ୍ତି । 


ଏବେ ପରିସ୍ଥିତି ଅଣାୟତ୍ତ ହୋଇଛି , କମିଶନରଙ୍କ ହଁ ମାତ୍ର ଡ୍ରାଇଭରଙ୍କ ନା । ଆନ୍ଦୋଳନ ଜାରି ରହିବ ବୋଲି ଡ୍ରାଇଭର ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ଡ୍ରାଇଭର ଏକତା ମହାମଞ୍ଚ ସଦସ୍ୟ ଆଦିତ୍ୟ ବେହେରା ସୂଚନା ଦେଇଛନ୍ତି । ଡ୍ରାଇଭର ସଂଘ ପକ୍ଷରୁ କୁହାଯାଇଛି ଯେ ପରିବହନ କମିଶନର କାହା ସହ ଆଲୋଚନା କରି ଆନ୍ଦୋଳନକୁ ସ୍ଥଗିତ ରଖାଯିବା ସମ୍ପର୍କରେ ଘୋଷଣା କରିଛନ୍ତି ଆମେ ତାହା ଜାଣିନୁ । ଆନେ୍ଦାଳନ ସ୍ଥଗିତ ରହିବା ସମ୍ପର୍କରେ ଆମ ରାଜ୍ୟ ସଭାପତି କିଛି କହିନାହାନ୍ତି । ସଭାପତି ନକହିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି ସେମାନେ କହିଛନ୍ତି । 

ପ୍ରକାଶ ଯେ ପରିବହନ କମିଶନର ଅମିତାଭ ଠାକୁର ଆନ୍ଦୋଳନ ସ୍ଥଗିତ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ ଡ୍ରାଇଭର ସଂଘ ସହ ସରକାରଙ୍କ ଆଲୋଚନା ହୋଇଛି । ସେମାନଙ୍କ ଅନେକ ଦାବି ରାଜ୍ୟ ସରକାର ପୂରଣ କରିଛନ୍ତି । ତେଣୁ ପରିବହନ ବିଭାଗକୁ ସହଯୋଗ କରି ଡ୍ରାଇଭରମାନେ ଆନେ୍ଦାଳନକୁ ସ୍ଥଗିତ ରଖିଛନ୍ତି । ଭାରତ ସରକାରଙ୍କ ସହ ସେମାନଙ୍କ ଆଲୋଚନା ଚାଲିଛି ବୋଲି ଶ୍ରୀ ଠାକୁର କହିଥିଲେ ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...