AFFILIATE MARKETING

https://binomo.com?a=90810425bb57&t=0

Wednesday, February 28, 2024

ବରମୁଣ୍ଡା ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟ୍ ପୋଷ୍ଟ

COASTAL NEWS ODIA 1714

ବରମୁଣ୍ଡା ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟ୍ ପୋଷ୍ଟ



ଭୁବନେଶ୍ୱର - (CNO) ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ନିକଟରେ ଏହାର ଉଦ୍‌ଘାଟନ ହୋଇପାରେ । ଏହା ପୂର୍ବରୁ ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିରେ 89 ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ ।

ଏହା ଲୋକାର୍ପିତ ହେବା ପରେ ଏଠାକୁ ଦୈନିକ 700 ରୁ 800 ବସ୍‌ ଯାତାୟତ କରିବ । ଭବିଷ୍ୟତରେ ବସ୍‌ ସଂଖ୍ୟା 1700 ରୁ 1800 କୁ ବୃଦ୍ଧି ପାଇପାରେ । ଏହା ସହ ଦୈନିକ 35 ରୁ 45 ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।


5T ଅଧ୍ୟକ୍ଷ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।


ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ନେବା ଆଣିବା ସୁବିଧା, 144 ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ । ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି । ଏହି ଆଉଟପୋଷ୍ଟରେ 89 ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏଥି ମଧ୍ୟରୁ 2 ଜଣ ସବ୍‌-ଇନ୍‌ସ୍ପେକ୍ଟର, 9ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, 4ଜଣ ହାବିଲଦାର, 72 ଜଣ କନଷ୍ଟେବଳ ଓ 2 ଜଣ ଡ୍ରାଇଭର ରହିବେ ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...