AFFILIATE MARKETING

https://binomo.com?a=90810425bb57&t=0

Wednesday, February 28, 2024

ବରମୁଣ୍ଡା ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟ୍ ପୋଷ୍ଟ

COASTAL NEWS ODIA 1714

ବରମୁଣ୍ଡା ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟ୍ ପୋଷ୍ଟ



ଭୁବନେଶ୍ୱର - (CNO) ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ନିକଟରେ ଏହାର ଉଦ୍‌ଘାଟନ ହୋଇପାରେ । ଏହା ପୂର୍ବରୁ ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିରେ 89 ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ ।

ଏହା ଲୋକାର୍ପିତ ହେବା ପରେ ଏଠାକୁ ଦୈନିକ 700 ରୁ 800 ବସ୍‌ ଯାତାୟତ କରିବ । ଭବିଷ୍ୟତରେ ବସ୍‌ ସଂଖ୍ୟା 1700 ରୁ 1800 କୁ ବୃଦ୍ଧି ପାଇପାରେ । ଏହା ସହ ଦୈନିକ 35 ରୁ 45 ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।


5T ଅଧ୍ୟକ୍ଷ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।


ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ନେବା ଆଣିବା ସୁବିଧା, 144 ଟି ବସ୍‌ ବେ, ସିଟି ବସ୍‌ ପାଇଁ ବସ୍‌ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ । ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି । ଏହି ଆଉଟପୋଷ୍ଟରେ 89 ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏଥି ମଧ୍ୟରୁ 2 ଜଣ ସବ୍‌-ଇନ୍‌ସ୍ପେକ୍ଟର, 9ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, 4ଜଣ ହାବିଲଦାର, 72 ଜଣ କନଷ୍ଟେବଳ ଓ 2 ଜଣ ଡ୍ରାଇଭର ରହିବେ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...