AFFILIATE MARKETING

https://binomo.com?a=90810425bb57&t=0

Saturday, February 3, 2024

ଓଡ଼ିଶାର ବିକାଶ କରିବ ବିଜେପି : ମୋଦୀଙ୍କ ଗ୍ୟାରେଣ୍ଟି

COASTAL NEWS ODIA 1697

ଓଡ଼ିଶାର ବିକାଶ କରିବ ବିଜେପି : ମୋଦୀଙ୍କ ଗ୍ୟାରେଣ୍ଟି 




ଭୁବନେଶ୍ବର - (CNO) ଓଡ଼ିଶାର ସମ୍ବଲପୁର ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । IIM ସମ୍ବଲପୁରର ନୂଆ କ୍ୟାମ୍ପସ ଲୋକାର୍ପଣ କରିବା ପରେ ରେମେଡ୍‌ ସଭାରେ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିଛନ୍ତି । ଓଡ଼ିଶାର ବିକାଶ ପାଇଁ ଗ୍ୟାରେଣ୍ଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ କହିଛନ୍ତି ଯାହାର କେହି ନାହିଁ, ତାର ମୋଦୀ ଅଛି ।


ଜୟ ଜଗନ୍ନାଥ, ଜୟ ମା ସମଲେଇ କହି ଭାଷଣ ଆରମ୍ଭ କରିଥିଲେ ମୋଦୀ । ସମ୍ବଲପୁରୀ ଭାଷାରେ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ଓଡ଼ିଶାର 4 ଜଣ ପଦ୍ମ ପୁରସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


ଓଡ଼ିଶାର ବିକାଶ ଓ ଗରିବ କଲ୍ୟାଣ ପାଇଁ ମୋଦି ସରକାର ଗ୍ୟାରେଣ୍ଟି ଦେଇଛନ୍ତି । ଆଜି ବିଜେପିର ପ୍ରତି କର୍ମକର୍ତ୍ତାଙ୍କ ପାଇଁ ଗର୍ବ, ଗୌରବର ଦିନ । ଆଜି ଆଡଭାନିଜୀଙ୍କୁ ଭାରତରତ୍ନ ଦେବାକୁ ଘୋଷଣା ହୋଇଛି । ଏ ସମ୍ମାନ ରାଷ୍ଟ୍ରସେବାକୁ ସମ୍ମାନ ହିସାବରେ ଆମ ସମସ୍ତଙ୍କୁ ସମ୍ମାନ । 2 ସାଂସଦରୁ ବିଶ୍ୱର ସର୍ବୋଚ୍ଚ ପାର୍ଟି ହେବାର ଏ ସମ୍ମାନ ।




ବିଜେପି ସରକାର ଓଡ଼ିଶାର ବିକାଶ ପାଇଁ କିଛି ବି ଛାଡ଼ିବନି ବୋଲି କହିଛନ୍ତି ମୋଦୀ । ନୂଆ ବଜେଟ ଗରିବଙ୍କୁ ସଶକ୍ତ କରିବାର ଗ୍ୟାରେଣ୍ଟି ଆଣିଛି । କ୍ଷୁଦ୍ର ଚାଷୀଙ୍କଠାରୁ ଆରମ୍ଭ କରି ସମସ୍ତଙ୍କ ବିକାଶ ପାଇଁ ଗ୍ୟାରେଣ୍ଟି ଆଣିଛନ୍ତି । ମୋଦୀଙ୍କ ଗ୍ୟାରେଣ୍ଟିମାନେ ଗ୍ୟାରେଣ୍ଟି ପୂରା ହେବାର ଗ୍ୟାରେଣ୍ଟି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ କହିଛନ୍ତି ବିଜେପି ସରକାର ଲଗାତାର ଆପଣଙ୍କ ସୁବିଧା ପାଇଁ କାମ କରୁଛି । ଆପଣଙ୍କ ରୋଜଗାର ବଢ଼ିବ, ଖର୍ଚ୍ଚ କମିବ, ଆମ ପ୍ରାଥମିକତା । ଦେଶବାସୀଙ୍କ ବିଜୁଳି ବିଲ୍‌ ଶୂନ ହେବା ଆମର ଲକ୍ଷ୍ୟ ବୋଲି ସେ କହିଛନ୍ତି । ଆଦିବାସୀ ଓ ଯୁବକଙ୍କ ପାଇଁ କାମ କରୁଥିବା ନେଇ ମଧ୍ୟ କହିଛନ୍ତି ପ୍ରଧାନମନ୍ତ୍ରୀ

ରୁଫ୍‌ଟପ୍‌ ସୋଲାର ଯୋଜନାରେ ରୋଜଗାର ସମ୍ଭାବନା ବଢ଼ିବ । ଓଡ଼ିଶା ସୂର୍ଯ୍ୟ ଭଗବାନଙ୍କ ରାଜ୍ୟ, ଏଠି ସୋଲାର ଚମକିବ । ଆଶା, ଅଙ୍ଗନବାଡ଼ି କର୍ମୀ ଆୟୁଷ୍ମାନ ଭାରତରେ ସାମିଲ ହେବେ । ଓଡ଼ିଶାର 60 ଲକ୍ଷ ପରିବାରକୁ ପାଇପ ପାଣି ଯୋଗାଣ ହେଉଛି । ଭଉଣୀଙ୍କୁ ଲକ୍ଷପତି ଦିଦି ହେବାର ଗ୍ୟାରେଣ୍ଟି ଦେଇଛି ମୋଦୀ ବୋଲି ନିଜ ଅଭିଭାଷଣରେ ସେ କହିଛନ୍ତି ।

ଏହା ସହ କେନ୍ଦ୍ରୀୟ ଯୋଜନାରେ ଓଡ଼ିଶାର 40 ଲକ୍ଷ ଚାଷୀ ଲାଭାନ୍ଵିତ ହୋଇଛନ୍ତି । ଧାନର MSP ଦେଢ଼ ଗୁଣ ବୃଦ୍ଧି କରିବାର ନିଷ୍ପତ୍ତି ନିଆଯାଇଛି । କ୍ଷୁଦ୍ର ଚାଷୀଙ୍କଠୁ ଆରମ୍ଭ କରି ସମସ୍ତଙ୍କ ବିକାଶ ପାଇଁ ମୋଦୀ ଗ୍ୟାରେଣ୍ଟି ମତ୍ସ୍ୟ ଚାଷୀଙ୍କୁ ଅଧିକ ପ୍ରୋତ୍ସାହନ ମିଳିବ, ଏଥିପାଇଁ ପୃଥକ ମନ୍ତ୍ରାଳୟ ହୋଇଛି ।

ଓଡ଼ିଶାର 25 ଲକ୍ଷ ଲାଭାର୍ଥୀ ପକ୍କା ଘର ପାଇଛନ୍ତି । ଗରିବଙ୍କ ପାଇଁ ଆଉ 2 କୋଟି ଘର ତିଆରି ଘୋଷଣା ହୋଇଛି । କୌଣସି ଗରିବ ଭାଇଭଉଣୀ କଚ୍ଚା ଘରେ ରହିବେନି । ଗରିବଙ୍କୁ ଲାଭ ମିଳିବା ବିଜେପି ସରକାରର ପ୍ରାଥମିକତା ବୋଲି ଗ୍ୟାରେଣ୍ଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...