AFFILIATE MARKETING

https://binomo.com?a=90810425bb57&t=0

Saturday, March 9, 2024

ଦକ୍ଷିଣ ଉପକୂଳ ଅଞ୍ଚଳରେ ହେବ ବର୍ଷା, 11 ରୁ ବଢିବ ତାତି

COASTAL NEWS ODIA 1742

ଦକ୍ଷିଣ ଉପକୂଳ ଅଞ୍ଚଳରେ ହେବ ବର୍ଷା, 11 ରୁ ବଢିବ ତାତି


ଭୁବନେଶ୍ବର - (CNO) ଗତ ଦୁଇ ଦିନ ହେଲା ରାଜ୍ୟର ଅନେକ ସ୍ଥାନରେ ହାଲୁକା ବର୍ଷା ଲାଗି ରହିଛି । ମେଘୁଆ ପାଗ ସହ ବର୍ଷା ହେଉଛି । ଆଜି ମଧ୍ୟ ରାଜ୍ୟର ବିଭିନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସକାଳ 8ଟା ସୁଦ୍ଧା ଉପକୂଳ ଓଡିଶାର କିଛି ଜିଲ୍ଲା ସମେତ 7 ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । 

ସେହିପରି ଆସନ୍ତାକାଲି ଯାଏଁ ଦକ୍ଷିଣ ଉପକୂଳ ଓଡିଶା କଟକ, କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ, ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପରେ । ଅନ୍ୟପଟେ ଆସନ୍ତା 3 ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । 11 ତାରିଖ ପରେ ତାତି ବଢିବ । 

ଦିନର ସର୍ବାଧିକ ତାପମାତ୍ରା 3-4 ଡିଗ୍ରୀ ବୃଦ୍ଧି ପାଇବ । ମାର୍ଚ୍ଚ 11 ତାରିଖରୁ ମାର୍ଚ୍ଚ 14ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ହେବ ।  9 ଓ 10 ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ ଏବଂ କଟକରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଛି । 

ବର୍ଷା ପ୍ରଭାବରେ ତାପମାତ୍ରା ସ୍ବାଭାବକି ଠାରୁ କମ୍ ରହିଛି । 11 ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ 3-5 ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ଗତକାଲି ରାଜ୍ୟର 11 ଟି ସହରର ତାପମାତ୍ରା 36 ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିଥିଲା । 38 ଡିଗ୍ରୀ ସହ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବରେ ରେକର୍ଡ କରାଯାଇଥିଲା । 

ଏହା ସହ ମାର୍ଚ୍ଚ ମାସ ରୁ ମେ ପର୍ଯ୍ୟନ୍ତ ତିନି ମାସ ଅତ୍ୟନ୍ତ ଗରମ ଅନୁଭୂତ ହେବ । ଏଲନିନୋ ଦୁର୍ବଳ ଥିବା ସତ୍ୱେ ତାପମାତ୍ରା ଅଧିକ ରହିବ । ବିଶେଷକରି ମାର୍ଚ୍ଚରୁ ମେ' ମାସ ମଧ୍ୟରେ ସମସ୍ତ ସ୍ଥଳଭାଗରେ ସ୍ୱାଭାବିକ ଠାରୁ ଅଧିକ ତାପମାତ୍ରା ରହିବ । ତା' ସାଙ୍ଗକୁ ଗ୍ରୀଷ୍ମପ୍ରବାହ ବା ହିଟ୍ ୱେଭ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ବିଶ୍ୱ ପାଣିପାଗ ସଂଗଠନ । ଆମକୁ ଫୋଲୋ କରନ୍ତୁ

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...