AFFILIATE MARKETING

https://binomo.com?a=90810425bb57&t=0

Saturday, March 16, 2024

ଓଡ଼ିଶାରେ ୪ ପର୍ଯ୍ୟାୟର ଭୋଟ୍ ହେବ; ୧୩ ମଇରୁ ଓଡ଼ିଶାରେ ଭୋଟ

COASTAL NEWS ODIA 1771

ଓଡ଼ିଶାରେ ୪ ପର୍ଯ୍ୟାୟର ଭୋଟ୍ ହେବ; ୧୩ ମଇରୁ ଓଡ଼ିଶାରେ ଭୋଟ


ଭୁବନେଶ୍ବର - (CNO) ଓଡ଼ିଶାରେ ୪ ପର୍ଯ୍ୟାୟର ଭୋଟ୍ ହେବ । ୧୩ ମଇରୁ ଓଡ଼ିଶାରେ ଭୋଟ । ରାଜ୍ୟରେ ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ଭୋଟ ଗ୍ରହଣ ହେବ।ଜୁନ୍‌ ୪ ତାରିଖରେ ସାରା ଦେଶରେ ଭୋଟ ଗଣତି ହେବ । ଲୋକସଭା ଓ ବିଧାନସଭା ଭୋଟ ଗଣତି ହେବ । ଜୁନ୍‌ ୪ ମଙ୍ଗଳବାର ଦିନ ହେବ ଭୋଟ ଗଣତି ।

ଓଡିଶା ବିଧାନସଭା ନିର୍ବାଚନ 

ମେ ୧୩ରେ ୨୮ ବିଧାନସଭା ପାଇଁ ହେବ ଭୋଟ୍‌ ଗ୍ରହଣ । ମେ ୨୦ରେ ୩୫ ବିଧାନସଭା ପାଇଁ ଭୋଟ୍‌ । ମେ ୨୫ରେ ୪୨ ବିଧାନସଭା ଆସନରେ ଭୋଟ । ଜୁନ୍‌ ୧ରେ ୪୨ ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ ।

ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହିତ ଅନ୍ୟ ଦୁଇ ଆୟୁକ୍ତ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ତଦନୁଯାୟୀ ଓଡ଼ିଶାରେ ଆସନ୍ତା ମେ ୧୩ରେ ଭୋଟ ଗ୍ରହଣ କରାଯିବ । ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ ଗ୍ରହଣ କରାଯିବ । ମେ ୧୩, ମେ ୨୦, ମେ ୨୫ ଓ ଜୁନ ୧ ତାରିଖରେ ଭୋଟ ଗ୍ରହଣ କରାଯିବ । ଓଡ଼ିଶା ବିଧାନସଭାର କାର୍ଯ୍ୟକାଳ ଆସନ୍ତା ଜୁନ ୨୪ ତାରିଖରେ ଶେଷ ହେବ । ୨୦୧୯ ଏପ୍ରିଲ ମାସରେ ଏଠାରେ ହୋଇଥିଲା ବିଧାନସଭା ନିର୍ବାଚନ ।

ଚଳିତ ବର୍ଷ ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର ଭୋଟ ଦେବେ । ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ । ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି ।

ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସିଇସି ରାଜୀବ କୁମାର । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌। ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ରହିଛନ୍ତି । ଭୋଟ ଗ୍ରହଣ ପାଇଁ ୫୫ ଲକ୍ଷ ଇଭିଏମ୍‌ ପ୍ରସ୍ତୁତ ରହିଛି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...