AFFILIATE MARKETING

https://binomo.com?a=90810425bb57&t=0

Saturday, March 9, 2024

COASTAL NEWS ODIA 1741 ଆଜି ଉଦଘାଟନ ହେବ କଳିଙ୍ଗ ଇଣ୍ଡୋର ଆଥଲେଟିକ୍ ଷ୍ଡାଡିୟମ

COASTAL NEWS ODIA 1741

ଆଜି ଉଦଘାଟନ ହେବ କଳିଙ୍ଗ ଇଣ୍ଡୋର ଆଥଲେଟିକ୍ ଷ୍ଡାଡିୟମ 


ଭୁବନେଶ୍ୱର-(CNO - ଆଜି ଉଦଘାଟନ ହେବ କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବେ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ । ଇନଡୋର ଆଥଲେଟିକ୍ ଷ୍ଟାଡିୟମ ସହ ଇଣ୍ଡୋର ଡାଇଭିଂ ସେଣ୍ଟରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ନବୀନ ପଟ୍ଟନାୟକ । ବିଶ୍ୱକ୍ରୀଡ଼ାର ସବୁଠାରୁ ବଡ଼ ଇଭେଣ୍ଟ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛି ଓଡ଼ିଶା । 


2036 ଅଲିମ୍ପିକ୍ସ ପାଇଁ ଭାରତ ଦାବିଦାର ଥିବା ବେଳେ ଓଡ଼ିଶା ହେବ ବଡ଼ ଭାଗୀଦାର । ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ ହେବ । ଏହା ପରେ ଆଥଲେଟିକର ବିକାଶ ଆହୁରି ତ୍ୱରାନ୍ବିତ ହେବା ସହ ଖେଳାଳିମାନେ ବର୍ଷ ତମାମ ଅଭ୍ୟାସ କରିବାର ସୁଯୋଗ ପାଇବେ । ଏଥିପାଇଁ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ସ୍ତରର ଭିତ୍ତିଭୂମି ପ୍ରସ୍ତୁତ କରାଯାଇଛି । 

ଅତ୍ୟାଧୁନିକ ଜିମ୍ନାଷ୍ଟିକ ହଲ୍, ହାଇପରଫରମାନ୍ସ ସେଣ୍ଟର, ସ୍ପୋର୍ଟ୍ସ କ୍ଲାଇମିଂ ଓ୍ବାଲ୍, ବ୍ୟାଡମିଣ୍ଟନ ଓ ହକି ଉତ୍କର୍ଷ କେନ୍ଦ୍ର, ଫିପା ମାନର ଫୁଟବଲ ଷ୍ଟାଡିୟମ, ସିନ୍ଥେଟିକ ଟ୍ରାକ୍, ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ର ଓ ସନ୍ତରଣାଗାର ଆଦି କ୍ରୀଡ଼ାକ୍ଷେତ୍ରକୁ ସମୃଦ୍ଧ କରିବା ସହ ବିଶ୍ବର ଦୃଷ୍ଟି ଆକର୍ଷଣ କରିଛି । 

ବିଭିନ୍ନ ଅନ୍ତର୍ଜାତୀୟ ଓ ବିଶ୍ବସ୍ତରୀୟ ପ୍ରତିଯୋଗିତା ଆୟୋଜନ କରି ଦକ୍ଷତା ପ୍ରତିପାଦନ କରିଛି ଓଡ଼ିଶା । ଏବେ ଏହି ତାଲିକାରେ ଯୋଡ଼ିହୋଇଛି 120 କୋଟି ଟଙ୍କାରେ ନିର୍ମିତ ଇନଡୋର ଆଥଲେଟିକ୍ ଷ୍ଟାଡିୟମ ।


No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...