AFFILIATE MARKETING

https://binomo.com?a=90810425bb57&t=0

Wednesday, March 13, 2024

COASTAL NEWS ODIA 1754 ମମତା ଯୋଜନାର ସହାୟତା ରାଶି ଦୁଇଗୁଣ କଲେ ରାଜ୍ୟ ସରକାର, ଏବେ ମିଳିବ ୧୦ ହଜାର

COASTAL NEWS ODIA 1754

ମମତା ଯୋଜନାର ସହାୟତା ରାଶି ଦୁଇଗୁଣ କଲେ ରାଜ୍ୟ ସରକାର, ଏବେ ମିଳିବ ୧୦ ହଜାର 



ଭୁବନେଶ୍ବର - (CNO) ମମତା ଯୋଜନାରେ ସହାୟତା ରାଶି ହେଲା ଦୁଇଗୁଣ କଲେ ରାଜ୍ୟ ସରକାର । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା ।  

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ । ଚଳିତ ଫେବୃଆରୀ ମାସ ୨୦ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀଙ୍କୁ ମିଳିବ । ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ । 

ମମତା ଯୋଜନା ବେଶ ଲୋକପ୍ରିୟ ଯୋଜନା ଓ ଏହାକୁ ଜାତୀୟ ସ୍ତରରେ ଏକ ମଡେଲ ଭାବରେ ଗ୍ରହଣ କରାଯାଇଛି । ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ (ଗର୍ଭାବସ୍ଥାର ୬ ମାସ ପରେ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି । ୧୯ ବର୍ଷରୁ ଊର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ । 

୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମାଆଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ସୂଚନାଯୋଗ୍ୟ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ମାଆମାନେ ଏହି ସହାୟତା ରାଶି ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ମମତା ଯୋଜନାର ସହାୟତା ରାଶି ପରିମାଣକୁ ବୃଦ୍ଧି କରାଯାଇଛି । 

ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଊର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ଉପକୃତ ହେଉଛନ୍ତି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି । ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲଫଲାଇନକୁ କଲ୍‌ କରନ୍ତୁ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...