AFFILIATE MARKETING

https://binomo.com?a=90810425bb57&t=0

Sunday, March 24, 2024

COASTAL NEWS ODIA 1787 ଆସିବ ପ୍ରାର୍ଥୀ ତାଲିକା ବିଜେପି ଦଳ ସଂଶୟ ର ହେବ ଶେଷ

COASTAL NEWS ODIA 1787

ଆସିବ ପ୍ରାର୍ଥୀ ତାଲିକା ବିଜେପି ଦଳ ସଂଶୟ ର ହେବ ଶେଷ


ନୂଆଦିଲ୍ଲୀ - (CNO) ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଳମ୍ବିତ ରାତି ଯାଏ ଚାଲିଲା ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ । ଏହି ବୈଠକରେ ଓଡ଼ିଶା ବାବଦରେ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଓଡ଼ିଶାର ପଲିଟିକାଲ ସିଚ୍ୟୁଏସନ ଓ ଷ୍ଟ୍ରାଟେଜି ବାବଦରେ ଆଲୋଚନା ହୋଇଥିବା ବୈଠକ ପରେ ଗଣମାଧ୍ୟମକୁ କହିଛନ୍ତି ମନମୋହନ ସାମଲ ।

ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିବା ବିଜେପି ସିଇସି ବୈଠକରେ ଓଡ଼ିଶା ସମେତ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ରାଜସ୍ଥାନ ଓ ଆନ୍ଧ୍ରପ୍ରଦେଶର ପ୍ରାର୍ଥୀ ତାଲିକା ବାବଦରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଆଜି ଏହି ସବୁ ରାଜ୍ୟ ପାଇଁ ବିଜେପି ପ୍ରାର୍ଥୀ ତାଲିକା ଜାରି କରିପାରେ । ଗତକାଲି ରାତିରେ ବିଜେପିର ଶୀର୍ଷ ନେତାଙ୍କୁ ନେଇ ୩ ଘଣ୍ଟା ଧରି ବସିଥିବା ବୈଠକରେ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି ।


ସିଇସି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଯୋଗ ଦେଇଥିଲେ । ତେବେ ଓଡ଼ିଶାର ସମସ୍ତ ୨୧ ଲୋକସଭା ଆସନ ଉପରେ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି ।

ଖବର ସରବରାହ ସଂସ୍ଥା ANI ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ସମ୍ବଲପୁର ଲୋକସଭାରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀ ଲୋକସଭା ଆସନରୁ ସମ୍ବିତ ପାତ୍ର ଓ ଭୁବନେଶ୍ୱର ଲୋକସଭା ଆସନରୁ ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରାଯାଇପାରେ । ତେବେ ଦୁଇ ଜଣ ସାଂସଦ ତାଲିକାରୁ ବାଦ ପଡ଼ିଥିବା ANI ସୂତ୍ରରୁ ଖବର ମିଳିଛି ।ଅନ୍ୟପଟେ କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା। ଚତୁର୍ଥ ପର୍ଯ୍ୟାୟରେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ତାମିଲନାଡୁ ସମେତ ୧୨ଟି ରାଜ୍ୟର ୪୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । 

ପ୍ରମୁଖ ନେତାଙ୍କ ମଧ୍ୟରେ ବାରାଣସୀରୁ ଲଢ଼ିବେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପ୍ରତିଦ୍ବନ୍ଦ୍ବୀତା କରିବେ ଅଜୟ। ଦିଗବିଜୟ ସିଂ ମଧ୍ୟପ୍ରଦେଶ ରାଜଗଡ଼ରୁ ଏବଂ ଦାନିଶ ଅଲି ଉତ୍ତରପ୍ରଦେଶ ଅମରୋହାରୁ ପ୍ରାର୍ଥୀ ହେବେ ।
...

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...