AFFILIATE MARKETING

https://binomo.com?a=90810425bb57&t=0

Tuesday, March 26, 2024

COASTAL NEWS ODIA 1790 ଆଜି ପବିତ୍ର ଦୋଳ ପୂର୍ଣ୍ଣିମା; କାହିଁକି ପାଳନ ହୁଏ ଏହି ପର୍ବ ?

COASTAL NEWS ODIA 1790

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା; କାହିଁକି ପାଳନ ହୁଏ ଏହି ପର୍ବ ?


ଭୁବନେଶ୍ବର - (CNO) ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ । ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ।


ଦୋଳ ପୂର୍ଣ୍ଣିମା ଅବସରରେ ବିଭିନ୍ନ ସ୍ଥାନରେ ବାଡ଼ିଖେଳ ମଧ୍ୟ ଯାଉଛି । ସେପଟେ ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ ।


ଦୋଳ ପୂର୍ଣିମା 

ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍‌ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ ।

କାହିଁକି ପାଳନ ହୁଏ ଏହି ପର୍ବ ?


ଦୋଳ ସହିତ ବିଭିନ୍ନ ପୁରାଣର କାହାଣୀ ସଂଯୁକ୍ତ ହୋଇରହିଛି । ଗୋଟିଏ ପଟେ ରାଧା-କୃଷ୍ଣ ପ୍ରେମ ଗାଥାର ଭବ୍ୟ ଉତ୍ତାଳ ଉତ୍ତରଣ ଓ ଅନ୍ୟ ପକ୍ଷରେ ଅନ୍ୟାନ୍ୟ ପୌରାଣିକ ଆଖ୍ୟାନର ଗୁନ୍ଥନ । ରଙ୍ଗର ରଙ୍ଗୀନ ଖେଳ ଓ ହୋଲିକା ଦହନର ଅଗ୍ନି ଔଜ୍ଜଲ୍ୟ ଏ ଉଭୟ ଦୁଷ୍ଟ ଶକ୍ତି ଉପରେ ଶୁଭଙ୍କର ପ୍ରତୀକର ବିଜୟକୁ ଏହି ପର୍ବ ସହିତ ସମ୍ମିଳିତ କରି ରଖିଛି । ଶ୍ରୀରାଧା - ଶ୍ରୀକୃଷ୍ଣଙ୍କ ପ୍ରେମପ୍ରଣୟର ଲୀଳା, ଦୋଳ ଓ ରଙ୍ଗର ଖେଳ ବ୍ୟତୀତ ଅନ୍ୟଯେଉଁ ସବୁ ଆଖ୍ୟାନ ଉପାଖ୍ୟାନ ଏହି ଦୋଳ-ହୋଲି ଯୁଗ୍ମପର୍ବ ଦିବସ ସହିତ ସଂପୃକ୍ତ । ପୁଣି କେତେକଙ୍କ ମତରେ ପ୍ରବଳ ପରାକ୍ରମୀ ରାକ୍ଷସ ମେର୍ଦ୍ଧାସୁରର ମୃତ୍ୟୁର ଭଗବାନ କାରଣ ହୋଇ ପୃଥିବୀରୁ ପାପର ମାତ୍ରା ହ୍ରାସ କରିଥିବା ଯୋଗୁଁ ଏହିପର୍ବ ଆୟୋଜିତ ହୋଇଥିଲା ।

ଓଡ଼ିଆ ପଞ୍ଜିକା ଅନୁସାରେ ଫାଲଗୁନ ମାସର ପୂର୍ଣ୍ଣିମା ତିଥି ଦୋଳ ପୂର୍ଣ୍ଣିମା ନାମରେ ଅଭିହିତ। ଫାଲଗୁନ ଶୁକ୍ଳ ଦଶମୀ ତିଥିଠାରୁ ଦୋଳଯାତ୍ରା ସାଧାରଣତଃ ଆରମ୍ଭ ହୋଇଥାଏ । ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ରାଧା ଓ କୃଷ୍ଣଙ୍କ ନିକଟରେ ଏହି ଦିନଠାରୁ ଅବିର ଅର୍ପଣ କରାଯାଇଥାଏ । ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ଛୋଟ ଛୋଟ ବିମାନରେ ମହାଡମ୍ବର ସହକାରେ ଗ୍ରାମର ପ୍ରାୟ ପ୍ରତ୍ୟେକଙ୍କ ଦ୍ୱାରକୁ ନିଆଯାଇଥାଏ । ପ୍ରାୟତଃ ପ୍ରତ୍ୟେକ ଦ୍ୱାରରେ ଠାକୁରଙ୍କୁ ଭୋଗ ଅର୍ପଣ କରାଯିବା ସଙ୍ଗେସଙ୍ଗେ ପୁରୋହିତଙ୍କୁ ମଧ୍ୟ ଦକ୍ଷିଣା ଦିଆଯାଇଥାଏ । 

ଠାକୁରଙ୍କ ଉଦ୍ଦେଶ୍ୟରେ ପ୍ରତ୍ୟେକ ଦ୍ୱାରରେ ଅର୍ପିତ ଭୋଗକୁ ଦ୍ୱାରୀ ଭୋଗ କୁହାଯାଇଥାଏ । ଦୋଳପୂର୍ଣ୍ଣମୀ ଦିନ ସାଧାରଣତଃ ଠାକୁରମାନଙ୍କୁ ମନ୍ଦିରର ଦକ୍ଷିଣପୂର୍ବ ଦିଗରେ ନିର୍ମିତ ହୋଇଥିବା ଏକ ମଣ୍ଡପ ଉପରକୁ ନିଆଯାଇଥାଏ । ସେହି ମଣ୍ଡପର ନାମ ଦୋଳ ମଣ୍ଡପ । ସେଠାରେ ପୂଜାର୍ଚ୍ଚନା କରାଯିବା ସଙ୍ଗେସଙ୍ଗେ ଠାକୁରମାନେ ଦୋଳି ଖେଳନ୍ତି ଓ ସେଠାରେ ନାଲି ଅବିର ଅର୍ପଣ କରାଯାଇଥାଏ ।

ସାରା ଓଡ଼ିଶାର ପୁରପଲ୍ଲୀ ଫଗୁ ଦଶମୀଠାରୁ ଦୋଳଯାତ୍ରାର ଉତ୍ସାହ ଉଦ୍ଦୀପନାରେ ଝୁମି ଉଠେ । ଗାଁ ଗାଁରେ ରାଧାକୃଷ୍ଣ ମନ୍ଦିରରେ କିମ୍ବା ଶ୍ରୀଜଗନ୍ନାଥ ମନ୍ଦିରରେ ଚଳନ୍ତି ପ୍ରତିମାକୁ ଦୋଳା ବା ବିମାନରେ ବସାଇ ଗ୍ରାମ ପରିକ୍ରମା ଆରମ୍ଭ କରାଯାଏ ଏବଂ ଦୁଆର ଦୁଆର ବୁଲି ଭୋଗ ଖାଆନ୍ତି ଠାକୁରେ । 

ଏହା ଏପରି ଏକ ସାମୁହିକ ଉତ୍ସବରେ ପରିଣତ ହୋଇଛି ଯେ ଖୋର୍ଦ୍ଧା ନିକଟବର୍ତ୍ତୀ କେତେକ ଗ୍ରାମରେ ଯଥା- ଗଡ଼ବାଣି, ମାଣିକଗୋଡାରେ - ଯେଉଁଠାରେ ମୁସଲମାନ ଦଳବେହେରା ରାଜାଙ୍କଦ୍ୱାରା ନିଯୁକ୍ତ ହେଇଥିଲେ ବା ହିନ୍ଦୁ ଦଳବେହେରା ପରବର୍ତ୍ତୀ ସମୟରେ ମୁସଲମାନ ଧର୍ମ ଗ୍ରହଣ କରିଥିଲେ - ସେମାନଙ୍କୁ ଦୁଆରେ ମଧ୍ୟ ପ୍ରଭୁ ଭୋଗ ଖାଇଥାନ୍ତି ।

ସେହିପରି ଶୈବପୀଠ ସହିତ ବୈଷ୍ଣବ ଭକ୍ତ ଓ ପୀଠର ସୌହାର୍ଯ୍ୟ ବୃଦ୍ଧିରେ ଦୋଳ ମେଲଣ ଓ ଦୋଳ ମଣ୍ଡପ ସାହାଯ୍ୟ କରିଥାଏ । ସାଧାରଣତଃ ଶୈବ, ଶାକ୍ତ କିମ୍ବା ଅନ୍ୟ ନିର୍ବିବାଦୀୟ ପୀଠରେ ବା ତାଙ୍କ ନିକଟରେ ଆୟୋଜିତ ହୋଇଥାଏ ଦୋଳ ମେଲଣ । ସେଠାରେ ପଞ୍ଚରାତ୍ର ବ୍ୟାପୀ ଚାଚେରୀରେ ସନ୍ଧ୍ୟାଠାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ଗ୍ରାମ ପରିକ୍ରମା ଓ ପରିଭ୍ରମଣ କରୁଥିବା ରାଧାକୃଷ୍ଣଙ୍କ ବିମାନ ଆସି ସାମୟିକ ରହିଥାଏ । ସାରା ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହି ମେଲଣର ଅନନ୍ୟ ପରମ୍ପରା, ଐତିହ୍ୟ ଓ ନାମକରଣ ରହିଛି ।

ତେବେ ମୁଖ୍ୟତଃ ଏହି ଦୋଳ ମେଲଣ ତିନି ଭିନ୍ନ ଭିନ୍ନ ପ୍ରକାରର

ଫାଲଗୁନର ରାଜଦୋଳ ମେଲଣ, ଅର୍ଥାତ ଫଗୁ (ଶୁକ୍ଳପକ୍ଷ) ଦଶମୀଠାରୁ ଫଗୁଣ ପୂର୍ଣ୍ଣିମା ପର୍ଯ୍ୟନ୍ତ ।

ପଞ୍ଚୁଦୋଳ ମେଲଣ , ପାଞ୍ଚଦିନ ଅର୍ଥାତ ଫଗୁଣ ପୂର୍ଣ୍ଣିମାଠାରୁ ଚୈତ୍ରମାସ କୃଷ୍ଣ ପଞ୍ଚମୀ ପର୍ଯ୍ୟନ୍ତ ।

ଦଶଦୋଳ, ଦଶଦିନ ବ୍ୟାପୀ ମେଲଣ ଅର୍ଥାତ ଫଗୁଣ ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇ ଚୈତ୍ର କୃଷ୍ଣ ନବମୀ ପର୍ଯ୍ୟନ୍ତ ।
ବାସ୍ତବରେ କହିବାକୁ ଗଲେ ଏହି ରାଜଦୋଳ ଉତ୍ସବ ଅର୍ଥାତ ଫଗୁଦଶମୀଠାରୁ ସମସ୍ତ ସମସ୍ତ ବୈଷ୍ଣବ ପୀଠରେ ଝୁଲଣ ମଣ୍ଡପରେ ଦୋଳିରେ ଝୁଲନ୍ତି କିମ୍ବା ସୁସଜ୍ଜିତ ବିମାନରେ ବିଜେ କରନ୍ତି ଶ୍ରୀରାଧାକୃଷ୍ଣ ଯୁଗଳ ମୂର୍ତ୍ତି ।

ଓଡ଼ିଶାର ବହୁ ପର୍ବ ପରି ଦୋଳ ଚାଚେରୀ ଆଉ ମେଲଣ ଉଭୟ ଯାତ୍ରା ଓ ସ୍ଥାନୀୟ ସମାବେଶର ଉଲ୍ଲେଖଯୋଗ୍ୟ ସମ୍ମିଶ୍ରଣ। ଶ୍ରୀ ଚୈତନ୍ୟ ଜୟନ୍ତୀ ଭାବରେ ସଂକୀର୍ତ୍ତନ, ଖୋଳ, କରତାଳର ଏହା ମହାଉତ୍ସବ ରୂପେ ପରିଗଣିତ । ଅବଶ୍ୟ, ଶ୍ରୀକୃଷ୍ଣ ଓ ଶ୍ରୀଜଗନ୍ନାଥଙ୍କ ମଧ୍ୟରେ ଅଭେଦ୍ୟତା ସ୍ଥାପିତ ହୋଇଥିବାରୁ କେତେକ ଝୁଲଣ ମଣ୍ଡପ ବା ପୀଠରେ ଶ୍ରୀକୃଷ୍ଣଙ୍କ ସ୍ଥାନରେ ଜଗନ୍ନାଥଙ୍କ ମୂର୍ତ୍ତି ଶୋଭାପାଇଥାଏ ।

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...