AFFILIATE MARKETING

https://binomo.com?a=90810425bb57&t=0

Sunday, April 7, 2024

ତାତିରୁ ମିଳିବ ଆଶ୍ୱସ୍ତି କାଲି ଏବଂ ପରଦିନ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା

COASTAL NEWS ODIA 1801

ତାତିରୁ ମିଳିବ ଆଶ୍ୱସ୍ତି
କାଲି ଏବଂ ପରଦିନ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା

 ପାଣିପାଗ 

ଭୁବନେଶ୍ବର - (CNO) ତାତିରୁ ମିିଳିପାରେ ସାମାନ୍ୟ ଆଶ୍ୱସ୍ତି। ଆସନ୍ତାକାଲି ଏବଂ ପରଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। କାଲି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି ଜନିତ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କଟକରେ କୁଆପଥର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ବଳବତ୍ତର ରହିବ ହିଟୱେଭ୍। ନୟାଗଡ଼, ବଲାଙ୍ଗୀର, ଭଦ୍ରକ, ଗଜପତି, ବୌଦ୍ଧରେ ହିଟୱେଭ୍ ଆସନ୍ତା ୨୪ ଘଂଟା ଯାଏଁ ରହିବ। ଗତକାଲି ଅପେକ୍ଷା ଆଜି ୨ ରୁ ୩ ଡିଗ୍ରୀ ତାପମାତ୍ରା କମ୍ ରହିବ। ତଥାପି ଗରମ ଓ ଗୁଳୁଗୁଳି ଲାଗି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ଅସୁସ୍ଥ ହେଲେଣି ୮ ଜଣ। ଅସୁସ୍ଥଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅସୁସ୍ଥଙ୍କ ମଧ୍ୟରେ ଅଛନ୍ତି ଅନୁଗୁଳରୁ ୫ ଜଣ। ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ଏଯାଏଁ ଅଂଶୁଘାତରେ କାହାରି ମୃତ୍ୟୁ ହୋଇନି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

ଅଂଶୁଘାତ ଜନିତ ଚିକିତ୍ସା ପାଇଁ ସତର୍କ ରହିବାକୁ ସବୁ ଡାକ୍ତରଖାନାକୁ କୁହାଯାଇଛି। ଜିଲ୍ଲା ହସ୍ପିଟାଲ, CHC, PHC ଗୁଡିକରେ ବେଡ଼ ବ୍ୟବସ୍ଥା ସହ ଆବଶ୍ୟକୀୟ ମେଡିସିନ ପ୍ରସ୍ତୁତ ରଖାଯାଇଛି। ହିଟ କ୍ରାମ୍ପସ, ହିଟ ଷ୍ଟ୍ରୋକସର ଶିକାର ହୋଇ ଆସୁଥିବା ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ଦିଆଯିବା ପାଇଁ ସବୁ ହସ୍ପିଟାଲ ପ୍ରସ୍ତୁତ ଥିବା ସେ କହିଛନ୍ତି। 

ଅଂଶୁଘାତ ଚିକିତ୍ସା ପାଇଁ ନିକଟରେ ୩ ଦିନ ଧରି ଶିଶୁରୋଗ ଓ ମେଡିସିନ ବିଭାଗ ଡାକ୍ତରମାନଙ୍କୁ ଟ୍ରେନିଂ ଦିଆଯାଇଛି। ଅଂଶୁଘାତ ମୃତ୍ୟୁ ଅଭିଯୋଗ ଆସିଲେ ତଦନ୍ତ ପାଇଁ ଜିଲ୍ଲା ସ୍ତରରେ ଟିମ ପ୍ରସ୍ତୁତ କରାଯାଇଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। 

No comments:

COASTAL NEWS

ଜଗନ୍ନାଥ suprsbhat

ଶ୍ରୀ ଜଗନ୍ନାଥ ତ୍ୱରିତ କୀର୍ତନ (Nadiyā–Purī Fast Kirtan Style) [Opening Shout – Call] ହରି ବୋଲ୍! ହରି ବୋଲ୍! ଜୟ ଜଗନ୍ନାଥ! ହରି ବୋଲ୍! ହରି ...