AFFILIATE MARKETING

https://binomo.com?a=90810425bb57&t=0

Thursday, April 11, 2024

COASTAL NEWS ODIA 1804 ରାଜ୍ୟର ୧୦ ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା; ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

COASTAL NEWS ODIA 1804

ରାଜ୍ୟର ୧୦ ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା; ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ



ଭୁବନେଶ୍ବର - (CNO) ରାଜ୍ୟର କେତେକ ଜିଲ୍ଲାରେ ଆଜି ବି କୋହଲା ପାଗ ଦେଖିବାକୁ ମିଳିଛି । ୧୦ ଜିଲ୍ଲାର କେତେକ ସ୍ଥାନରେ କୋହଲା ପାଗ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼ର କିଛି ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କୋହଲା ପାଗ ଦେଖିବାକୁ ମିଳିଛି ।



୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ।


୧୪ ଜିଲ୍ଲା- ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା , ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ
କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼କୁ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ।

ରାଜ୍ୟବାସୀଙ୍କୁ ଗ୍ରୀଷ୍ମ ପ୍ରକୋପରୁ ମୁକ୍ତି ମିଳିଛି । କାଳବୈଶାଖି ବର୍ଷା ଆଶ୍ବସ୍ତି ଦେଇଛି। ବର୍ତ୍ତମାନ ରାଜ୍ୟର ପାଣିପାଗ ସ୍ବାଭାବିକ ସ୍ଥିତିରେ ଥିବା ବେଳେ ପାରଦ ତଳ ମୁହାଁ ରହିଛି। ଲଗାତର ତୃତୀୟ ଦିନରେ ରାଜ୍ୟରେ କୌଣସି ସ୍ଥାନରେ ପାରଦ ୪୦ ଡିଗ୍ରୀ ଟପି ନ ଥିବା ନଜରକୁ ଆସିଛି।

ଖରା ଛାଇର ଲୁଚକାଳି ଖେଳ ଭିତରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ନୂଆପଡା, ବଲାଙ୍ଗୀର , ସୋନପୁର ,ବୌଦ୍ଧ ଆଦି ଜିଲ୍ଲାରେ ସ୍ଥାନେ ସ୍ଥାନେ ବର୍ଷା ରେକର୍ଡ଼ ହୋଇଛି। ୨ ଦିନ ରାଜ୍ୟ ପାଣିପାଗରେ କିଛି ବିଶେଷ ପରିବର୍ତ୍ତନ ହୋଇ ନଥିବା ବେଳେ ୧୩ ତାରିଖରୁ ପର୍ଯ୍ୟାୟ କ୍ରମେ ପାରଦ ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...