AFFILIATE MARKETING

https://binomo.com?a=90810425bb57&t=0

Sunday, April 14, 2024

COASTAL NEWS ODIA 1814 ନିର୍ବାଚନ ପାଇଁ ଜାରି ହେଲା ବିଜେପିର ସଂକଳ୍ପ ପତ୍ର ୨୦୨୪; ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ

COASTAL NEWS ODIA 1814

ନିର୍ବାଚନ ପାଇଁ ଜାରି ହେଲା ବିଜେପିର ସଂକଳ୍ପ ପତ୍ର ୨୦୨୪; ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ 


ଭୁବନେଶ୍ବର - (CNO) ସାଧାରଣ ନିର୍ବାଚନ ପାଇଁ ଜାରି ହେଲା ବିଜେପିର ସଂକଳ୍ପ ପତ୍ର । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସଂକଳ୍ପ ପତ୍ର ଉନ୍ମୋଚିତ । ସଂକଳ୍ପ ପତ୍ର ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦି । ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ । ଆଜିର ଦିନ ଅତ୍ୟନ୍ତ ଶୁଭ, ଅନେକ ରାଜ୍ୟରେ ନବବର୍ଷ ପାଳନ ହେଉଛି। 

ଓଡ଼ିଶାରେ ପଣା ସଂକ୍ରାନ୍ତି ପାଳନ ହେଉଛି । ଏଭଳି ଶୁଭ ଦିନରେ ବିଜେପି ସଂକଳ୍ପ ପତ୍ର ଜାରି କରିଛି । ଲୋକସଭା ନିର୍ବାଚନ ୨୦୨୪ ଆସନ | ପ୍ରାର୍ଥୀ | ନିର୍ବାଚନ ତାରିଖ ଆମର ଫୋକସ ଡିଗ୍‌ନିଟି ଅଫ୍‌ ଲାଇଫ୍ ଓ କ୍ବାଲିଟି ଅଫ୍ ଲାଇଫ । ଯୁବ ଭାରତର ଯୁବ ଆଙ୍କାକ୍ଷା ଆମ ସଂକଳ୍ପ ପତ୍ରରେ ପ୍ରତିଫଳତ । ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ । 

ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ । ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ ଗରିବ ହୁଅନ୍ତୁ କିମ୍ବା ମଧ୍ୟମ ବର୍ଗୀୟ ହୁଅନ୍ତୁ, ଉପକୃତ ହେବେ । ପାଇପ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚାଇବୁ ବୋଲି ମୋଦି କହିଛନ୍ତି । ସେହିପରି ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ବୃଦ୍ଧି କରାଯିବ । 

ଗରିବଙ୍କ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ । ୩ କୋଟି ଭଉଣୀଙ୍କୁ ଲକ୍ଷପତି ଦିଦି କରିବୁ । ମହିଳା ଖେଳାଳିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ଆଗକୁ ଦେଶର ଉତ୍ତର, ଦକ୍ଷିଣ ଓ ପୂର୍ବ ଭାଗରେ ବୁଲେଟ ଟ୍ରେନ୍ ଚାଲିବ। ଏନେଇ ଖୁବଶୀଘ୍ର ସର୍ଭେ କାମ ଆରମ୍ଭ ହେବ । ଖୁବଶୀଘ୍ର ଗଡ଼ିବ ବନ୍ଦେ ଭାରତ ମେଟ୍ରୋ ଟ୍ରେନ୍ ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...