AFFILIATE MARKETING

https://binomo.com?a=90810425bb57&t=0

Monday, April 22, 2024

COASTAL NEWS ODIA 1828 ମାହାଙ୍ଗା ଡବଲ ମର୍ଡର ମାମଲା; ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

COASTAL NEWS ODIA 1828

ମାହାଙ୍ଗା ଡବଲ ମର୍ଡର ମାମଲା; ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ


ଭୁବନେଶ୍ବର (CNO) ମାହାଙ୍ଗା ଡବଲ ମର୍ଡର ମାମଲା । ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ । ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାର ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ 13 ଜଣଙ୍କ ନାଁରେ ଅଭିଯୋଗ କରିଥିଲେ । 13 ଜଣ ଅଭିଯୁକ୍ତଙ୍କ ମଧ୍ୟରୁ 9 ଜଣ ଗିରଫ ହୋଇଥିଲେ । ଏତଲା ଅନୁଯାୟୀ 13 ତମ ଅଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା । ହେଲେ ପରବର୍ତ୍ତୀ ସମୟରେ ବିଧାୟକଙ୍କ ନାଁକୁ ଏଫ୍‌ଆଇଆର୍‌ରୁ ହଟାଇ ଦିଆଯାଇଥିଲା । 

ଏହା ବିରୋଧରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅଭିଯୋଗକାରୀ ରମାକାନ୍ତ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ସାନି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍‌ଏଫ୍‌ସି ।

ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ୩ ମାସ ସମୟ ଗଡ଼ାଇ ଚାଲିଥିଲା ପୋଲିସ୍‌ । ଏହାକୁ ନେଇ କୋର୍ଟ କ୍ଷୋଭ ପ୍ରକାଶ କରିଥିଲେ । ସେହିବର୍ଷ ନଭେମ୍ବର ୨୫ ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ଡିସେମ୍ବର ୯ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କର ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା ।

No comments:

COASTAL NEWS

ଓଡ଼ିଶାରେ ରୁଫ୍‌ଟପ୍ ସୋଲାର ସଂଯୋଗକୁ ତ୍ୱରାନ୍ୱିତ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଓଡ଼ିଶାରେ ରୁଫ୍‌ଟପ୍ ସୋଲାର ସଂଯୋଗକୁ ତ୍ୱରାନ୍ୱିତ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ରୁଫ୍‌ଟପ୍ ସୋଲାର କା...