AFFILIATE MARKETING

https://binomo.com?a=90810425bb57&t=0

Thursday, April 25, 2024

COASTAL NEWS ODIA 1833 ଓଡ଼ିଶାରେ ବିଜେପି ସରକାର ଆସିଲେ ଗରିବି ଦୂର ହେବ - ଅମିତ ଶାହା

COASTAL NEWS ODIA 1833

ଓଡ଼ିଶାରେ ବିଜେପି ସରକାର ଆସିଲେ ଗରିବି ଦୂର ହେବ - ଅମିତ ଶାହା


ସୋନପୁର - (CNO) ଓଡ଼ିଶାରେ ଗର୍ଜ୍ଜିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସୋନପୁର ଜିଲ୍ଲାର ରାମେଶ୍ୱର ଷ୍ଟାଡିୟମ୍‌ରେ ଆୟୋଜିତ ବିଶାଳ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି ଶାହ । ପ୍ରଥମେ ଜୟ ଜଗନ୍ନାଥ ଓ ଜୟ ଶ୍ରୀରାମ କହି ନିଜର ଭାଷଣ ଆରମ୍ଭ କରିଥିଲେ ଶାହ । ସେ କହିଛନ୍ତିଯେ, ନବୀନ ସରକାରଙ୍କ ୨୦ ବର୍ଷ ଶାସନକାଳରେ ଓଡ଼ିଶା ଅନେକ ପଛକୁ ଚାଲିଯାଇଛି ।


ଯେଉଁଠି ଡବଲ ଇଂଜିନ ସରକାର ହୋଇଛି, ସେଠି ବିକାଶ ହୋଇଛି । ତେଣୁ ଓଡ଼ିଶାକୁ ଏବେ ବିକାଶ, ସମୃଦ୍ଧଶାଳୀ କରିବାର ସମୟ ଆସିଛି ବୋଲି କହିଛନ୍ତି ଅମିତ ଶାହା । ଶାହ ଆହୁରି କହିଛନ୍ତି, ଓଡ଼ିଶାରେ ଖଣିଜ ସଂପଦ ପ୍ରଚରୁ ରହିଛି । ସବୁଠାରୁ ଅଧିକ ପାଣି ରହିଛି । ତଥାପି ଓଡ଼ିଶାର ବିକାଶ ହୋଇପାରୁ ନାହିଁ । ଓଡ଼ିଶାର ଜନତା ମୁମ୍ବାଇ, ଗୁଜରାଟ, ଦିଲ୍ଲୀ, ବେଙ୍ଗାଲୁରୁ ଦାଦନ ଖଟିବାକୁ ଯାଉଛନ୍ତି । ଭାରତୀୟ ଜନତା ପାର୍ଟିର ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ ଦାଦନ ଖଟିବାକୁ ଯିବାକୁ ପଡ଼ିବ ନାହିଁ । ଲୋକଙ୍କୁ ଏଠାରେ ରୋଜଗାର ମିଳିବ ।

ଶାହ କହିଛନ୍ତି ଯେ, କେନ୍ଦ୍ର ସରକାର ଯେତିକି ଟଙ୍କା ଦେଉଛନ୍ତି, ରାଜ୍ୟ ସରକାର ତାହା ବିନିଯୋଗ କରିପାରୁ ନାହିଁ । ଭାରତୀୟ ଜନତା ପାର୍ଟିର ସରକାର ପ୍ରତ୍ୟେକ ଘରକୁ ପାଣି ଯୋଗାଇବ । ତେବେ ଓଡ଼ିଶାରେ ବିଜେପି ସରକାର ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ ହେବ । କାଶୀ ବିଶ୍ୱନାଥ ଭଳି ପୁରୀକୁ ସାରା ବିଶ୍ୱରେ ମହିମାମଣ୍ଡିତ କରାଯିବ ବୋଲି ଅମିତ୍ ଶାହ ସୋନପୁର ସଭାରେ କହିଛନ୍ତି । ଗତ ୧୦ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାକୁ ୪ ଲକ୍ଷ ୮୧ ହଜାର କୋଟି ଦେଇଛନ୍ତି ବୋଲି ଅମିତ୍ ଶାହ ହିସାବ ଦେଇଛନ୍ତି ।

ସୋନପୁରରେ ରାମେଶ୍ୱରମ ଷ୍ଟାଡିୟମରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିଛନ୍ତି ଶାହ । ଏହି ଅବସରରେ ଶାହ ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଥିଲେ । ସେ ଉପସ୍ଥିତ ଲୋକଙ୍କୁ ପଚାରିଥିଲେ ଯେ, ଓଡ଼ିଶାରେ ୨୦ ଲୋକସଭା ସିଟ୍ ଜିତିବା କି ନାହିଁ । ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର ବନେଇବା କି ନାହିଁ । ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର କରିବା ବୋଲି ସମର୍ଥକଙ୍କୁ ଆହ୍ୱାନ ଦେଇଛନ୍ତି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...