AFFILIATE MARKETING

https://binomo.com?a=90810425bb57&t=0

Friday, May 31, 2024

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ, ନିୟୋଜିତ ହେବେ ୩୬ ହଜାର ପୋଲିସ ଫୋର୍ସ

COASTAL NEWS ODIA 1859

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ, ନିୟୋଜିତ ହେବେ ୩୬ ହଜାର ପୋଲିସ ଫୋର୍ସ 


ଭୁବନେଶ୍ବର - (CNO) ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଭୋଟ୍ ଦବେ ଓଡ଼ିଶା । ସବୁଠି ନିର୍ବାଚନ ମାହୋଲ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଆସନ୍ତାକାଲି ନିର୍ବାଚନ ହେବ । ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ ବୋଲି କହିଲେ ଡିଜି ଅରୁଣ ଷଡଙ୍ଗୀ । ତାଙ୍କ କହିବା ଅନୁସାରେ, ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି । 

ଏଥର ୧୦ ହଜାର ୮୮୨ ଟି ବୁଥ୍ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ । ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ । ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ , ୮୬ ପ୍ଲାଟୁନ ଓଡିଶା ଆର୍ମ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମକୁ ମନିଟର କରିବ ପେଟ୍ରୋଲିଂ ପାର୍ଟି ।  

ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏସଡିପିଓ ଓ ଡିଏସପି ଦାୟିତ୍ୱରେ ରହିବେ । ସମ୍ବେଦନଶୀଳ ସ୍ଥାନରେ କୁଇକ ଆକ୍ସନ ଟିମ କାମ କରିବ । ସମ୍ବେଦନଶୀଳ ବୁଥରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ ହୋଇଛି । ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ଜିଲ୍ଲା ସୀମାରେ ଥିବା ୨୧ ଟି ବର୍ଡର ଚେକ ପୋଷ୍ଟ ରେ କଡାକଡି ଚେକିଂ ଚାଲିଛି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ୨୫୫ ଟି ଫ୍ଲାଇଁ ସ୍କ୍ୱାର୍ଡ ବୁଲୁଛି। ଏହା ବ୍ୟତୀତ ୨୫୫ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି । ଏହି ୧୩ ଟି ସ୍ଥାନରେ ଇଭିଏମ ଷ୍ଟ୍ରଙ୍ଗ ରୁମ ରହିଛି । ସେଠାରେ ମଧ୍ୟ ଇନର କାର୍ଡନ ଦାୟିତ୍ୱରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ । 

ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ । ନିର୍ବାଚନ ଅବସରରେ ୬ ଲକ୍ଷ ଲିଟର ମଦ ଜବତ କରାଯାଇଛି। ୨୬ ହଜାର ରୁ ଅଧିକ ଏନଡିପିଏସ୍ କେସ ହୋଇଛି। ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ । 

ଆଚରଣ ବିଧି ଉଲଂଘନ ନେଇ କେସ ହୋଇଥିବା ବେଳେ ସମୁଦାୟ ୩୬ ଟି କେସ ରୁଜୁ ହୋଇଛି । ୪୯ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଜାନୁଆରୀ ମାସ ପ୍ରଥମ ସପ୍ତାହ ରୁ ଆଜି ଭିତରେ ୩୪ ହଜାର ୬୦୨ ୱାରେଣ୍ଟ ଇସ୍ୟୁ ହୋଇଛି । ୪ ହଜାର ପଳାତକଙ୍କ ବିରୋଧରେ ଲଟକା ଲାଗିଛି । ୧ ହଜାରରୁ ଅଧିକ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ଦଫା ୧୦୭, ୧୦୯, ୧୧୦ ଜରିଆରେ ଅଭିଯୁକ୍ତଙ୍କୁ ଦମନ କରାଯାଇଛି। ସମୁଦାୟ ୫୧ ହଜାରରୁ ଅଧିକ ପ୍ରୋସିଡିଂ ଜାରି ହୋଇଛି। 


ଭୁବନେଶ୍ୱର କଟକରେ ୩ ଜଣଙ୍କୁ ତଡିପାର ଘୋଷଣା କରାଯାଇଛି । ଅନ୍ୟପଟେ ୧୧ ଜଣଙ୍କୁ ଏନଏସଏରେ ବୁକ କରାଯାଇଛି । ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି । ଏସଏସଟି ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୬.୨୯ କୋଟିରୁ ଅଧିକ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । 

ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି । ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପୋଲିସ ଡିଜିପି ।

No comments:

COASTAL NEWS

ଆସ କିଏ ଖାଇବ

ଆସ କିଏ ଖାଇବ ହୋ ଆମ ବଡ଼ବାବୁଙ୍କ ଖାନା ଗ୍ୟାସ ଜଳିବନି  ଚୁଲି ଜଳିବନି ବନେଇ ଦେବେ ନନା ।। ଆସ ଭାଇ ଆସ ଭଉଣୀ ପାତରେ ଭରି ଭୋଗ ଖାଇ ଖାଇ ଖୁସି ହେବ ଭୁଲିଯ...