AFFILIATE MARKETING

https://binomo.com?a=90810425bb57&t=0

Sunday, May 12, 2024

COASTAL NEWS ODIA 1852 ସ୍ତ୍ରୀ ଓ ଝିଅକୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କରି ଆତ୍ମହତ୍ୟା

COASTAL NEWS ODIA 1852

ସ୍ତ୍ରୀ ଓ ଝିଅକୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କରି ଆତ୍ମହତ୍ୟା  


ଝାରସୁଗୁଡ଼ା - (CNO) ଝାରସୁଗୁଡ଼ାରେ ଚାଞ୍ଚଲ୍ୟ । ଖେଳ ପଡ଼ିଆରେ କାରରୁ ମିଳିଲା ତିନି ଜଣଙ୍କ ମୃତଦେହ । ସ୍ତ୍ରୀ ଓ ଝିଅକୁ ଫାୟାରିଂ କରି ହତ୍ୟା କରିବା ପରେ ନିଜକୁ ଗୁଳି ଗଲେ ବ୍ୟକ୍ତି । ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବାଣୀପାହାଡ଼ ନିକଟରେଏପରି ଘଟଣା ଘଟିଛି । ମୃତକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସବୁ ରାୟ ଓ ଝିଅ ଅର୍ପିତା ରାୟ । 

ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି। ଆଜି ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା। କାର୍‌ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ପୁଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ‌ଉଦ୍ଧାର କରିଥିଲା।  ବ୍ୟକ୍ତି ଜଣଙ୍କ ପ୍ରଥମେ ମା' ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ତାର କାରଣ ଜଣାପଡ଼ିନାହିଁ । 


ପୁଲିସ କାର ଓ ବନ୍ଧୁକ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ସାଇଣ୍ଟିଫିକ୍‌ ଟିମ୍ ପହଞ୍ଚି ଖୋଳତାଡ ଜାରି ରଖିଛି। ଗତକାଲି ଠାରୁ ସୁଜିତ ନିଜ ପତ୍ନୀ ଓ ଝିଅକୁ ନେଇ ଘରୁ ବାହାରି ଆସିଥିଲେ । ଦୀର୍ଘ ସମୟ ଧରି ଏମାନଙ୍କ ସହ ଯୋଗାଯୋଗ ହୋଇ ନପାରିବାରୁ ପରିବାର ଲୋକେ ନିଖୋଜ ହେବାର ଏତଲା ଦେଇଥିଲେ । ପରେ ପୋଲିସ ସୁଜିତଙ୍କ ମୋବାଇଲ ନମ୍ବରକୁ ଟ୍ରାକ୍ କରି ଲଖନପୁର ଖେଳପଡିଆରେ ପହଞ୍ଚିଥିଲା । ସେଠାରେ କାର ଭିତରେ ତିନି ଜଣଙ୍କ ମୃତଦେହ ମିଳିଥିଲା ।

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତକ ୩ ଜଣ ଓରିଏଣ୍ଟ ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି ।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...