AFFILIATE MARKETING

https://binomo.com?a=90810425bb57&t=0

Sunday, June 16, 2024

ଭଦ୍ରକ ନାବାଳକ ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର - ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା
ଭଦ୍ରକ ନାବାଳକ ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶଦେଲେ ମୁଖ୍ୟମନ୍ତ୍ରୀ

ସାମାଜିକ ଗଣ ମାଧ୍ୟମରୁ ପାଇଲେ ସୂଚନା
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ


ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । 

ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । 

ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । 


ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ସ୍ୱାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସ୍‌ସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି। 

ଜିଲ୍ଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...