AFFILIATE MARKETING

https://binomo.com?a=90810425bb57&t=0

Thursday, July 25, 2024

COASTAL NEWS ODIA 1889 ଓଡିଶା ସରକାରଙ୍କ ବଜେଟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝିଙ୍କ ଦ୍ଵାରା ଉପସ୍ଥାପିତ

COASTAL NEWS ODIA 1889

ଓଡିଶା ସରକାରଙ୍କ ବଜେଟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝିଙ୍କ ଦ୍ଵାରା ଉପସ୍ଥାପିତ 
 

ଭୁବନେଶ୍ୱର-(CNO) ୨୫।୭: ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। 

ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭ ହଜାର ୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। 
 
ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। 

ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ହୋଇଛି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। 

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ରଖିଛନ୍ତି।

ମାଗଣା ବିଜୁଳି ପାଇଁ ସହାୟତା

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ପାଇଁ ସହାୟତା

ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ଦେବ ୩୦ ହଜାର ରିହାତି

୨ କିଲୋୱାଟ ପାଇଁ ୬୦ ହଜାର , ୩ କିଲୋୱାଟ ପାଇଁ ୭୮ ହଜାର ରିହାତି

ଏଥିରେ ଅତିରିକ୍ତ ସହାୟତା ଦେବାକୁ ରାଜ୍ୟର ସୌରଶକ୍ତି ପ୍ରୋତ୍ସାହନ ଯୋଜନା!.

ବିକଶିତ ଗାଁ ବିକଶିତ ଓଡ଼ିଶା

ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ନୂଆ ଯୋଜନା

ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ

ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି!.

୨୦୨୭ ସୁଦ୍ଧା ମେଟ୍ରୋ ରେଳ କାର୍ଯ୍ୟକ୍ଷମ

୨୦୨୭ ସୁଦ୍ଧା ଭୁବନେଶ୍ବର-ତ୍ରିଶୁଳିଆ ମେଟ୍ରୋ ରେଳ କାର୍ଯ୍ୟକ୍ଷମ

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଯାଏ ଚାଲିବ

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬୨୫୬ କୋଟିର ବ୍ୟୟବରାଦ

ମେଟ୍ରୋ ପ୍ରକଳ୍ପ ପାଇଁ ଚଳିତ ବଜେଟରେ ୧ ହଜାର କୋଟି ଅନୁଦାନ!.

ବିକଶିତ ଗାଁ ବିକଶିତ ଓଡ଼ିଶା

ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ନୂଆ ଯୋଜନା

ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ

ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି!.

ଅନ୍ତ୍ୟୋଦୟ ଗୃହ ଯୋଜନା*

ନିମ୍ନ ଆୟକାରୀ ପରିବାରକୁ ଘର ଯୋଗାଇବାକୁ ଅନ୍ତ୍ୟୋଦୟ ଗୃହ ଯୋଜନା

ପିଏମ୍‌ ଆବାସ ପାଉନଥିବା ହିତାଧିକାରୀ ପାଇବେ ଅନ୍ତ୍ୟୋଦୟ ଗୃହ!.


ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା

ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’

ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ST ପିଲାଙ୍କୁ ମିଳିବ ଟଙ୍କା

ଏହି ଯୋଜନାରେ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା!.

ବଦଳିଲା ମୋ ସ୍କୁଲ ନାଁ

ମୋ ସ୍କୁଲ ନାଁ ବଦଳି ହେଲା ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ

ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି!.

ଭୁବନେଶ୍ବରରେ ହେବ ନୂଆ ଷ୍ଟାଡିୟମ

ଭୁବନେଶ୍ବରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ଘୋଷଣା*

ବିଶ୍ବସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି!.

BSKY ଜାଗାରେ ଗୋପବନ୍ଧୁ ଯୋଜନା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଆରମ୍ଭ

ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର

ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ

ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା

ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ମଧ୍ୟ ଘୋଷଣା!.

କଟକ ଏସ୍‌ସିବି ପାଇଁ ହଜାରେ କୋଟି*

ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ

ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ବଜେଟରେ ୨୪୬୨ କୋଟି

କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି

ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା
ଆରବର୍ଷ ଫୁଲବାଣୀ ଓ ୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ!.

ସାମାଜିକ ସୁରକ୍ଷା ଭତ୍ତା ୩୫୦୦

ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ

ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା

୮୦ ପ୍ରତିଶତରୁ କମ୍‌ ହୋଇନଥିବା ଭିନ୍ନକ୍ଷମ ପାଇବେ ବର୍ଦ୍ଧିତ ଭତ୍ତା!.

ଅନାଥ ଶିଶୁଙ୍କ ପାଇଁ ଯଶୋଦା

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’

ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ଯୋଜନା ‘ଯଶୋଦା’

ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ପ୍ରାବଧାନ!.

ମହାନଦୀ ନବୀକରଣ ପାଇଁ କମିଟି

ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ

ବୈଷୟିକ କମିଟି ଗଠନ ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ଶହ କୋଟି!.

ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି

ଓଡ଼ିଶା ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ

୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି

ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭, ୯୪୨ କୋଟି ବ୍ୟୟବରାଦ!

ମେକ୍‌ ଇନ୍‌ ଓଡ଼ିଶା ଜାଗାରେ ଉତ୍କର୍ଷ ଉତ୍କଳ

ମେକ୍‌ ଇନ୍‌ ଓଡ଼ିଶା ନାଁ ବଦଳି ହେଲା ଉତ୍କର୍ଷ ଉତ୍କଳ

ଉତ୍କର୍ଷ ଉତ୍କଳ ସମ୍ମିଳନୀ ମାଧ୍ୟମରେ ପୁଞ୍ଜି ଯୋଗାଡ଼ ଲକ୍ଷ୍ୟ

୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବା ଯୋଜନା

୨ ବିଲିୟନ ଡଲାରରୁ ଅଧିକ ବିଦେଶୀ ପୁଞ୍ଜି ନିବେଶ ପାଇଁ ବି ଲକ୍ଷ୍ୟ!

ବଜେଟ୍ ସପକ୍ଷ ଓ ବିପକ୍ଷରେ ନେତା ଓ ଜନସାଧାରଣରେ ମତ ପ୍ରକାଶ ପାଇଛି l

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...