AFFILIATE MARKETING

https://binomo.com?a=90810425bb57&t=0

Monday, July 1, 2024

COASTAL NEWS ODIA 1881 ବିଶ୍ୱବିଜେତା ଭାରତ

COASTAL NEWS ODIA 1881

ବିଶ୍ୱବିଜେତା ଭାରତ 


ମୁମ୍ବାଇ - (CNO) ବିଶ୍ବ ଚମ୍ପିଆନ୍‌ ହୋଇ ଦେଶକୁ ଫେରୁଛି ଟିମ୍‌ ଇଣ୍ଡିଆ । ଏହା ପୂର୍ବରୁ ଟି୨୦ ବିଶ୍ବକପ୍‌ ବିଜୟୀ ଦଳ ପାଇଁ ବଡ଼ ପୁରସ୍କାର ରାଶି ଘୋଷଣା କରିଛି ବିସିସିଆଇ । ଟ୍ବିଟ୍‌ କରି ସୂଚନା ଦେଲେ ବିସିସିଆଇ ସଚିବ ଜୟ ଶାହ । କେତେ ଟଙ୍କା ମିଳିଲା ଜାଣନ୍ତୁ,

ଦୀର୍ଘ ବର୍ଷ ଅପେକ୍ଷାର ଘଟିଛି ଅନ୍ତ । ୧୧ ବର୍ଷ ପରେ ଭାରତକୁ ଆସିଛି ଆଇସିସି ଟ୍ରଫି । ୨୦୦୭ ପରେ, ଅର୍ଥାତ ୧୭ ବର୍ଷ ପରେ ଟିମ୍‌ ଇଣ୍ଡିଆ ଜିତିଛି କୌଣସି ଟି୨୦ ବିଶ୍ବକପ୍‌ ଟ୍ରଫି । ଏହାପରେ ଭାରତୀୟ ଦଳ ଉପରେ ବର୍ଷିଛି ଟଙ୍କା । ଚମ୍ପିଆନ୍‌ ଦଳକୁ ପୂର୍ବ ନିର୍ଦ୍ଧାରିତ ୨୦.୪୨ କୋଟି ଟଙ୍କା ପୁରସ୍କାର ରାଶି ସହ ଟ୍ରଫି ପ୍ରଦାନ କରାଯାଇଛି । 

ଟି୨୦ ବିଶ୍ବକପ୍‌ ୨୦୨୪ ବିଜେତା ଭାରତୀୟ ଦଳ ଉପରେ ବିସିସିଆଇ ମଧ୍ୟ ବର୍ଷା କରିଛି ଟଙ୍କା । ବିଶ୍ବକପ୍‌ ବିଜୟୀ ଦଳ ପାଇଁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛି ବିସିସିଆଇ । ଏନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ କରି ସୂଚନା ଦେଇଛନ୍ତି ବିସିସିଆଇ ସଚିବ ଜୟ ଶାହ ।



ବିଶ୍ବ ଚମ୍ପିଆନ ହୋଇଛି ଭାରତ । ଚଳିତ ଟି20 ବିଶ୍ବକପ୍ 2024 ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ 7 ରନରେ ମାତ୍ ଦେଇ ଭାରତ ହାତେଇଛି ବିଶ୍ବକପ୍ ଟ୍ରଫି । ଏଥିପାଇଁ ଭାରତବାସୀଙ୍କୁ କିଛି କମ ଦିନ ଅପେକ୍ଷା କରିବାକୁ ପଡ଼ିନି । ୨୦୧୩ରେ ଶେଷ ଆଇସିସି ଟ୍ରଫି ଭାବେ ଚାମ୍ପିୟନ୍ସ ଟ୍ରଫି ଜିତିଥିଲା ଭାରତ । ଏହାପରେ ଗୋଟିଏ ଆଇସିସି ଟ୍ରଫି ପାଇଁ ଆମକୁ ଅପେକ୍ଷା କରିବାକୁ ପଡ଼ିଥିଲା ଦୀର୍ଘ ୧୧ ବର୍ଷ । 

୨୦୧୪ରୁ ଭାରତୀୟ ଦଳ ୧୦ ଆଇସିସି ଟୁର୍ଣ୍ଣାମେଣ୍ଟ ଖେଳିଥିଲେ ମଧ୍ୟ ଭାଗ୍ୟର ସାଥ ପାଇନଥିଲା । ହେଲେ ଶେଷରେ ୨୦୨୪ ଟି୨୦ ବିଶ୍ବକପ୍‌ ଟ୍ରଫି ଜିତିବା ପରେ ସବୁ ଅପେକ୍ଷାର ଘଟିଥିଲା ଅନ୍ତ । ଅସୀମ ଆନନ୍ଦ ପାଇଥିଲେ କୋଟି କୋଟି ଭାରତୀୟ କ୍ରିକେଟପ୍ରେମୀ । ୨୦୦୭ ପରେ ଏହା ଭାରତ ପାଇଁ ପ୍ରଥମ ଟି୨୦ ବିଶ୍ବକପ୍‌ । ଅର୍ଥାତ ଦ୍ବିତୀୟ ଟି୨୦ ବିଶ୍ବକପ୍‌ ଜିତିବାକୁ ଭାରତୀୟ ଦଳକୁ ୧୭ ବର୍ଷ ଲାଗିଗଲା ।


ସେ ଯାହା ହେଉ, ଏହି ପ୍ରଦର୍ଶନରେ ସାରା ଦେଶ ଆମ ଖେଳାଳିଙ୍କ ଉପରେ ଖୁସି । ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବା ଖୁସି ନହେବ କେମିତି । ଭାରତୀୟ ଦଳର ଏପରି ପ୍ରଦର୍ଶନ ପରେ ଟିମ୍‌ ଇଣ୍ଡିଆ ପାଇଁ ପୁରସ୍କାର ରାଶି ଘୋଷଣା କରିଛି ବିସିସିଆଇ । ୧୦ କି ୨୦ କୋଟି ନୁହେଁ, ୧୨୫ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛି ବିସିସିଆଇ ।  

୧୨୫ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା. ସମ୍ପର୍କରେ ବିସିସିଆଇ ସଚିବ ଜୟ ଶାହ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି, "ଆଇସିସି ପୁରୁଷ ଟି୨୦ ବିଶ୍ବକପ ୨୦୨୪ ଜିତିଥିବାରୁ ଟିମ୍‌ ଇଣ୍ଡିଆ ପାଇଁ ୧୨୫ କୋଟି ପୁରସ୍କାର ରାଶି ଘୋଷଣା କରି ମୁଁ ଖୁସି । ଦଳ ଏହି ଟୁର୍ଣ୍ଣାମେଣ୍ଟରେ ଅତୁଳନୀୟ ପ୍ରତିଭା, ନିଷ୍ଠା ଏବଂ କ୍ରୀଡ଼ା ପ୍ରଦର୍ଶନ କରିଛି । ଏହି ଉଲ୍ଲେଖନୀୟ ସଫଳତା ପାଇଁ ସମସ୍ତ ଖେଳାଳି, ପ୍ରଶିକ୍ଷକ ଏବଂ ସହାୟକ କର୍ମଚାରୀଙ୍କୁ ଅଭିନନ୍ଦନ ର ସୁଅ ଛୁଟିଛି ।"

No comments:

COASTAL NEWS

COASTAL NEWS ODIA 1903 ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର

COASTAL NEWS ODIA 1903  ଭାରତୀୟଙ୍କ ସୋଲାର ପ୍ୟାନେଲ ଉପରେ ଆମେରିକାର ନଜର ୱାଶିଂଟନ୍ - (CNO) ଆମେରିକା ସୋଲାର ପ୍ୟାନେଲଗୁଡିକର ବ୍ୟବସାୟ ଏକଚାଟିଆ କରିବାକୁ ଚେଷ...