AFFILIATE MARKETING

https://binomo.com?a=90810425bb57&t=0

Wednesday, April 23, 2025

କାଶ୍ମୀରର ପହେଲଗାମ ଠାରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

କାଶ୍ମୀରର ପହେଲଗାମ ଠାରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

ମୃତ୍ୟୁବରଣ କରିଥିବା ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକପ୍ରକାଶ

ମୃତ ଓଡିଆ ପର୍ଯ୍ୟଟକଙ୍କ ମର ଶରୀରକୁ ତାଙ୍କ ବାସସ୍ଥାନରେ ପହଞ୍ଚାଇବାକୁ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର, ୨୨/୦୪: ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏହି ଘଟଣାରେ ଜଣେ ଓଡିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାର ମଧ୍ୟ ସୂଚନା ମିଳିଛି। ସଂପୃକ୍ତ ଓଡିଆ ପର୍ଯ୍ୟଟକଙ୍କ ମର ଶରୀର କିପରି ତାଙ୍କର ବାସସ୍ଥାନରେ ସୁରୁଖୁରୁରେ ପହଞ୍ଚିବ, ସେ ସଂପର୍କରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଅବସ୍ଥାପିତ ପ୍ରମୁଖ ଆବାସିକ ଆୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...