AFFILIATE MARKETING

https://binomo.com?a=90810425bb57&t=0

Tuesday, April 22, 2025

ଅସୁରକ୍ଷିତ ପହଲଗାମ ଉପତ୍ୟକା. ପର୍ଯ୍ୟଟକଙ୍କ ଉପରେ ଆତଙ୍କୀ ହାମଲା

ଅସୁରକ୍ଷିତ ପହଲଗାମ ଉପତ୍ୟକା

ପର୍ଯ୍ୟଟକଙ୍କ ଉପରେ ଆତଙ୍କୀ ହାମଲା

ନୂଆଦିଲ୍ଲୀ, ୨୨/୦୪: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମର ବୈସରନ ଉପତ୍ୟକାରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇ ୬ ଜଣ ଆହତ ହୋଇଛନ୍ତି। ପର୍ଯ୍ୟଟକଙ୍କ ଉପରେ ଏପରି ଆତଙ୍କୀ ହାମଲା ଯୋଗୁଁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ ପାଇଛି।

ପ୍ରାଥମିକ ସୂଚନା ଅନୁଯାୟୀ, ଟ୍ରେକିଂ କରିବାକୁ ଯାଇଥିବା ପର୍ଯ୍ୟଟକଙ୍କ ଉପରକୁ କିଛି ଅଜ୍ଞାତ ବନ୍ଧୁକଧାରୀମାନେ ଅତର୍କିତ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ୩ ଜଣ ସ୍ଥାନୀୟ ବ୍ୟକ୍ତି ଆହତ ହୋଇଥିବା ବେଳେ ୩ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ସ୍ଥାନୀୟ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପହଲଗାମରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ଏବଂ ଏହି ଅଞ୍ଚଳକୁ ଘେରାବନ୍ଦୀ କରି ଜମ୍ମୁ-କାଶ୍ମୀର ପୋଲିସ ଓ ଭାରତୀୟ ସେନା ମିଳିତ ଭାବେ ତଲାସୀ ଅଭିଯାନ ଚଳାଇଛନ୍ତି। ଘଟଣାସ୍ଥଳରେ ସୁରକ୍ଷା ଦୃଷ୍ଟିରୁ ସେନା ମୁତୟନ କରାଯାଇଛି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...