AFFILIATE MARKETING

https://binomo.com?a=90810425bb57&t=0

Tuesday, May 6, 2025

୧,୧୬୪ ଏକର ଜମିରେ ୫,୬୩୧ କୋଟି ଟଙ୍କା ବିନିଯୋଗରେ ବିକଶିତ ହେବ ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର

୩ଟି ପର୍ଯ୍ୟାୟରେ ନିର୍ମାଣ ହେବ

ବର୍ଷକୁ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ

ଭୁବନେଶ୍ୱର, ୦୬/୦୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧,୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ବିମାନ ଯାତାୟତ ପାଇଁ ସୁବିଧା ପ୍ରଦାନ କରିବ ।

ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ଏବଂ ପବିତ୍ର ପୁରୀ ସହର ତୀର୍ଥ ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଗମ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଶା ପ୍ରକାଶ କରିଛନ୍ତି ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ କେ. ରାମ ମୋହନ ନାଇଡୁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...