AFFILIATE MARKETING

https://binomo.com?a=90810425bb57&t=0

Monday, June 30, 2025

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଭୁବନେଶ୍ୱର, ୩୦/୦୬: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ତଥା ପୂର୍ବତନ ଜଳ ବିଭାଜିକା ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ରେଡ୍‌ କରିଛି ଭିଜିଲାନ୍ସ। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ଏକକାଳୀନ ୮ଟି ସ୍ଥାନରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି।

ଚଢାଉ ଚାଲିଥିବା ସ୍ଥାନଗୁଡିକ ମଧ୍ୟରେ ରହିଛି କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ କୁପାଗାଁ ଗ୍ରାମରେ ଶ୍ରୀ ବାଗଙ୍କ ବାସଭବନ, ଧର୍ମଗଡ଼ ଥାନା ଅଧୀନ ବିକ୍ରମଗୁଡ଼ାରେ ତାଙ୍କ ଶ୍ୱଶୁର ଘର, ଭୁବନେଶ୍ୱର ଗୋଠପାଟଣାସ୍ଥିତ ମହାନଦୀ ଆପାର୍ଟମେଣ୍ଟରେ ବାଗଙ୍କ ଫ୍ଲାଟ (ଫ୍ଲାଟ ନଂ. ୧-ଡି)। ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ତାଙ୍କ ଏଲଆଇଜି ଘର (ନଂ. ଏଲଆଇଜି ୧୦/୬), ଭୁବନେଶ୍ୱରସ୍ଥିତ ମୃତ୍ତିକା ସଂରକ୍ଷଣ ଓ ଜଳସମ୍ପଦ ବିକାଶ ନିର୍ଦ୍ଦେଶାଳୟରେ କାର୍ଯ୍ୟାଳୟ। ନବରଙ୍ଗପୁର ଜିଲା, ମାଝିଗୁଡ଼ା ଛକ ନିକଟ ପଡ଼ାଲଗୁଡ଼ାସ୍ଥିତ ଏକ ନିର୍ମାଣାଧୀନ ବିଲଡିଂ। ନବରଙ୍ଗପୁର ଜିଲା, ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ଶ୍ରୀ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଏକ ବିଲଡିଂ। ନବରଙ୍ଗପୁର ଜିଲା ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଅନ୍ୟ ଏକ ବିଲଡିଂରେ ଚଢ଼ାଉ ଚାଲିଛି।

ଏହି ଚଢ଼ାଉରେ ୧୦ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଓ ୧୦ ଜଣ ଏଏସଆଇଙ୍କ ସମେତ ଅନ୍ୟାନ୍ୟ ସହାୟକ କର୍ମଚାରୀ ଅଛନ୍ତି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...