AFFILIATE MARKETING

https://binomo.com?a=90810425bb57&t=0

Monday, July 14, 2025

ଓଡ଼ିଶା ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୧୪/୦୭: ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରା୍ଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ଏହା ପରେ ଜୁଲାଇ ୧୫ ତାରିଖରେ, ସେ କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହା ସହିତ ରାଷ୍ଟ୍ରପତି କଟକର ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟରେ ତିନୋଟି କୋଠାର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ଆଦିକବି ସାରଳା ଦାସଙ୍କ ଜନ୍ମବାର୍ଷିକୀ ସମାରୋହରେ ମଧ୍ୟ ଯୋଗଦେବେ ଏବଂ କଟକରେ କଳିଙ୍ଗ ରତ୍ନ ପୁରସ୍କାର ୨୦୨୪ ପ୍ରଦାନ କରିବେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ପକ୍ଷରୁ ଜୁଲାଇ ୧୪ ଏବଂ ୧୫ ତାରିଖ ପାଇଁ ଟ୍ରାଫିକ୍ କଟକଣା ଜାରି କରାଯାଇଛି।

ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ ଭିତରେ ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ। ଏୟାରପୋର୍ଟ ଛକ, କ୍ୟାପିଟାଲ ହସ୍ପିଟାଲ, ଏଜି ଛକ ରାସ୍ତା ବନ୍ଦ ରହିବ। ରାଜଭବନ ଛକ, ପାଓ୍ବାର ହାଉସ ଛକ ଦେଇ ବନ୍ଦ ରହିବ ଗାଡ଼ି ଚଳାଚଳ। ୧୨୦ ବିଏନ୍‌ ଛକ, ଶାସ୍ତ୍ରୀନଗର, ବେହେରା ସାହି, ଜୟଦେବ ବିହାର ଛକରୁ ୧୬ ନମ୍ବର ଜାତୀୟ ରାଜପଥ ରାସ୍ତା ବନ୍ଦ ରହିବ। ଖଣ୍ଡଗିରି ଫ୍ଲାଏ ଓଭର ବ୍ରିଜ୍‌, କସ୍‌ମୋପଲିସ ଛକ, ଏମ୍ସ ଅଣ୍ଡର ପାସ୍‌ ରାସ୍ତା ବନ୍ଦ ରହିବ। ସନ୍ଧ୍ୟା ୬.୩୦ରୁ ୭.୦୫ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ବଳବତ୍ତର ରହିବ।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...