AFFILIATE MARKETING

https://binomo.com?a=90810425bb57&t=0

Wednesday, July 2, 2025

ସିଗାଚ୍ଛି କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତକଙ୍କ ମଧ୍ୟରେ ଅଛନ୍ତି ୪ ଓଡ଼ିଆ

ଏକାଧିକ ଗୁରୁତର

ହାଇଦ୍ରାବାଦ, ୦୨/୦୭: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ସୋମବାର ଘଟିଥିବା ଭୟଙ୍କର ବିସ୍ଫୋରଣରେ ଚାରି ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି।

ମୃତକମାନେ ଗଞ୍ଜାମର ଜଗନ୍ନ ମୋହନ, କଟକର ତିଗିରିଆର ଲଗ୍ନଜିତ ଦୁଆରୀ, ବାଲେଶ୍ୱରର ମନୋଜ ରାଉତ ଏବଂ ଯାଜପୁରର ଦୋଳଗୋବିନ୍ଦ ସାହୁ ବୋଲି ଚିହ୍ନଟ କରାଯାଇଛି।

ଓଡ଼ିଶାର ଶ୍ରମ ଓ ପରିବାର କଲ୍ୟାଣ ବିଭାଗ କହିଛି ଯେ ରାଜ୍ୟର ଅନ୍ୟ ଚାରି ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି ଏବଂ ସେମାନଙ୍କର ଚିକିତ୍ସା ଚାଲିଛି।

ସୋମବାର ଦିନ ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ସିଗାଚ୍ଛି କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟିଥିଲା, ଯାହା ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୪୨ରେ ପହଞ୍ଚିଛି। ଏହି ଘଟଣାରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମୃତକଙ୍କ ପରିବାରକୁ ୧ କୋଟି ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...