AFFILIATE MARKETING

https://binomo.com?a=90810425bb57&t=0

Tuesday, July 8, 2025

ଦୁଇ ଦିନ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି କଲା ଆଇଏମଡି

ଦୁଇ ଦିନ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି କଲା ଆଇଏମଡି

ଏହି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

  ଉପକୁଳ ସମାଚାର 

ଭୁବନେଶ୍ୱର, ୦୮/୦୭: ଆଗାମୀ ଦୁଇ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଜୁଲାଇ ୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ କେନ୍ଦୁଝର, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ସୋନପୁର ଏବଂ ବୌଦ୍ଧ ସମେତ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକ ୟେଲୋ ଆଲର୍ଟ ଜାରି କରାଯାଇଛି।

ସେହିପରି ଜୁଲାଇ ୧୦ ତାରିଖରେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଏବଂ କୋରାପୁଟ ଭଳି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଏହି ଦୁଇ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା‌ ରହିଛି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...