AFFILIATE MARKETING

https://binomo.com?a=90810425bb57&t=0

Tuesday, August 26, 2025

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

ଏହି ଜିଲ୍ଲାଗୁଡିକୁ ଆଲର୍ଟ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

ଭୁବନେଶ୍ୱର, ୨୬/୮: ମଙ୍ଗଳବାର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଆଜିଠାରୁ ଆସତା ତିନି ଦିନ ଯାଏଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଗାମୀ ୨ ଦିନ ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି। ତେଣୁ ଏହା ପ୍ରଭାବରେ ଆଜିଠାରୁ ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଅଗଷ୍ଟ ୨୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଅନୁଗୁଳ ଜିଲ୍ଲାକୁ ହେଲୋ ଆଲର୍ଟ ଜାରି କରାଯାଇଛି।

ଅଗଷ୍ଟ ୨୭ ତାରିଖରେ ନୟାଗଡ଼ ଏବଂ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଖୋର୍ଦ୍ଧା, ପୁରୀ, କଟକ, ବୌଦ୍ଧ, କୋରାପୁଟ ଏବଂ ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ, ଗଜପତି, ସମ୍ବଲପୁର, ଦେଓଗଡ, କେଓନହାର, ମୟୂରଭଞ୍ଜ, କାଲାହାଣ୍ଡି, ନବରଙ୍ଗପୁର ଏବଂ ରାୟାଗଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ୨୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ନୁଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି ଏବଂ ସୁନ୍ଦରଗଡରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ଆଶଙ୍କା ଥିବାରୁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସମ୍ବଲପୁର, ଦେଓଗଡ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ହେଲୋ ଆଲର୍ଟ ଜାରି କରାଯାଇଛି।

ଅଗଷ୍ଟ ୨୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ ଅଗଷ୍ଟ ରୁ ୨୯ ଅଗଷ୍ଟ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

No comments:

COASTAL NEWS

ଏସଆଇ ନିଯୁକ୍ତି ଜାଲିଆତି ଘଟଣା : ଜେଲ୍‌ରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ

ଏସଆଇ ନିଯୁକ୍ତି ଜାଲିଆତି ଘଟଣା : ଜେଲ୍‌ରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ ବ୍ରହ୍ମପୁର: ଜେଲରୁ ବାହାରିଲେ ୧୧୪ ପରୀକ୍ଷାର୍ଥୀ। ଏସ୍‌ଆଇ ପରୀକ୍ଷା ଦୁର୍ନୀତି...