AFFILIATE MARKETING

https://binomo.com?a=90810425bb57&t=0

Saturday, August 2, 2025

ବ୍ରହ୍ମପୁର ପୋଲିସକୁ ବଡ଼ ସଫଳତାଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ବ୍ରହ୍ମପୁର, ୨/୮: ବ୍ରହ୍ମପୁର ଜିଲ୍ଲା ପୁଲିସକୁ ମିଳିଛି ବଡ ସଫଳତା । ଗୋଳନ୍ଥରା ଥାନ ପକ୍ଷରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି । ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଗୋଳନ୍ଥରା ଥାନା ଅଧିକାରୀ ବିବେକନନ୍ଦ ସ୍ୱାଇଁ ଓ ତାଙ୍କ ଟିମ ଦୁର୍ଦ୍ଧାନ୍ତ ଅପରାଧୀ ସୁନୀଲ ନାହାକ ଓରଫ ମଲ୍ଲକୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ଦିର୍ଘ ଦିନ ଧରି ଗଞ୍ଜାମରେ ଅପରାଧୀକ ମାମଲା ବଢୁଥିବରୁ ଗଞ୍ଜାମ ଜିଲ୍ଲାର ସାଧାରଣ ଜନତା ଭୟଭୀତ ଅବସ୍ଥାରେ ରହୁଥିଲେ ।ଏବେ ପୁଲିସକୁ ଏନକାଉଣ୍ଟର ପାଇ ଅନୁମତି ମିଳିଯାଇଥିବା ଅନୁମାନ କରାଯାଉଛି ।ତେଣୁ ଅପରାଧୀମାନେ ଯଦି ସାବଡ଼ ନ ହେବେ ତେବେ ସେମାନଙ୍କୁ ମଧ୍ୟ ପୁଲିସ ଏନକାଉଣ୍ଟର କରିବ ବୋଲି ଶୁଣିବାକୁ ମିଳୁଛି । ବର୍ତ୍ତମାନ ପୁଲିସ ଏକ ତାଲିକା କରିଥିବା ମଧ୍ୟ ବେଶେଷ ସୂତ୍ରରୁ ଜଣାପଡିଛି । ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ ରହି ଫେରାର ରହିଥିଲା ।ଗୋଳନ୍ଥରା ଥାନା ପୁଲିସ ଓ ସ୍ୱତନ୍ତ୍ର ଟିମ ଚଢ଼ାଉ ବେଳେ ଦୁର୍ଦ୍ଧାନ୍ତ ଅପରାଧୀ ସୁନିଲ ନାହାକ ପୁଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲା । ଏଥିରେ କେହି ଆହତ ହୋଇନଥିବା ବେଳେ ଗୁଳି ପୁଲିସ ଗାଡ଼ି ଉପରକୁ ବାଜିଥିବା ଶୁଣିବାକୁ ମିଳୁଛି । ଅନ୍ୟପକ୍ଷରେ ପୁଲିସ ଏନକାଉଣ୍ଟରରେ ସୁନିଲ ଆହତ ହୋଇ ଏମକେସିଜି ମେଡିକାଲ ରେ ଭର୍ତ୍ତି ହେଇଛି । ସୁନିଲରେ ବାମ ଗୋଡ଼କୁ ଗୁଳି ବାଜିଥିବା ସୂଚନା ରହିଛି । ଅପରାଧୀଙ୍କୁ ଦମନ କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେଉଛି ଏନକାଉଣ୍ଟର l ଏହି ଘଟଣା ବ୍ରହ୍ମପୁର ପୋଲିସ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ (ମଲ୍ଲ) କୁ ପୋଲିସ୍ ଏନକାଉଣ୍ଟର କରିଛି l

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...