AFFILIATE MARKETING

https://binomo.com?a=90810425bb57&t=0

Sunday, August 17, 2025

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି୨୦ ଯାଏଁ ପ୍ରବଳ ବର୍ଷିବ

୨୦ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୭/୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ପଶ୍ଚିମରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି।

ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ। ୧୯ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ଲଘୁଚାପ।

ଏହା ପ୍ରଭାବରେ ୨୦ ତାରିଖ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଆସନ୍ତାକାଲି କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...