AFFILIATE MARKETING

https://binomo.com?a=90810425bb57&t=0

Wednesday, August 6, 2025

ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା

ଆଉ ୬ ସଦସ୍ୟା ନିଯୁକ୍ତ

ଭୁବନେଶ୍ୱର, ୫/୮: ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ସେହିପରି ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଛନ୍ତି ଆଉ ୬ ସଦସ୍ୟା। ସେମାନେ ହେଲେ ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ, କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ପ୍ରମୁଖ।


ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା

ମହିଳାଙ୍କୁ ନ୍ୟାୟ ପାଇଁ କାର୍ଯ୍ୟ କରିବି: ସୋଭନା


ଭୁବନେଶ୍ୱର, ୫/୮: ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା। ଏ ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସୋଭନା ମହାନ୍ତି ୫ ଅଗଷ୍ଟ ୨୦୨୫ ରୁ ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।

ନିଯୁକ୍ତି ନେଇ ସୋଭନା କହିଛନ୍ତି, “ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି। ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି। ବାଲେଶ୍ବର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି। ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ।”

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...