AFFILIATE MARKETING

https://binomo.com?a=90810425bb57&t=0

Saturday, August 23, 2025

ନବୀନଙ୍କୁ ଭେଟିଲେ ମୋହନ

ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ଭୁବନେଶ୍ୱର, ୨୩/୮: ନବୀନ ନିବାସରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ। ନିକଟରେ ନବୀନ ମେଡିକାଲରୁ ସୁସ୍ଥ ହୋଇ ନିଜ ବାସଭବନକୁ ଫେରିବା ପରେ ଆଜି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ।

ଉଲ୍ଲେଖଯୋଗ୍ୟ, ନବୀନ ଡିହାଇଡ୍ରେସନ ଯୋଗୁଁ ଅସୁସ୍ଥ ହେବା ପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଏହା ପରେ ନବୀନଙ୍କୁ ଭେଟିବା ପାଇଁ ତାଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଭୁବନେଶ୍ୱର ଆସିଥିଲେ। ତେବେ ନବୀନ ସୁସ୍ଥ ହେବା ପରେ ତାଙ୍କୁ ଅନେକ ନେତା ଭେଟି ପାରନ୍ତି ବୋଲି ସୂଚନା ମିଳିଛି।

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...