ଉପକୁଳ ସମାଚାର
ଆଜିର ରାଶିଫଳ
ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ। ସନ୍ତାନଙ୍କ ଶିକ୍ଷାରେ ଉନ୍ନତି ହେବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶାଜନକ ଫଳ ପାଇବେ।
ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ନୂଆ କାମରେ ଆପଣଙ୍କୁ ଭାଗ୍ୟର ସହଯୋଗ ମିଳିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ସନ୍ଧ୍ୟାରେ ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ।
ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଭଲ। ସାହିତ୍ୟ ଓ ପ୍ରଯୁକ୍ତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଅନୁକୂଳ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ।
କର୍କଟ: ଆଜି ଆପଣ କିଛି ଖାସ୍ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି। ବନ୍ଧୁ ସହଯୋଗରେ ସ୍ଥଗିତ କାମ ସଂପୂର୍ଣ୍ଣ ହୋଇଯିବ। ଜମି ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ।
ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ। ଅନ୍ୟ ରାଜ୍ୟରେ ବେପାର କରିବାକୁ ଚାହୁଁଥିବା ବ୍ୟକ୍ତି କିଛି ଦିନ ଅପେକ୍ଷା କରିଯାଆନ୍ତୁ। ସ୍ବାସ୍ଥ୍ୟରେ ସମସ୍ୟା ଉତ୍ପନ୍ନ ହୋଇପାରେ। ଖାଦ୍ୟ ପାନୀୟ ନେଇ ସଜାଗ ରୁହନ୍ତୁ।
କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଗଣମାଧ୍ୟମ କ୍ଷେତ୍ରରେ ଥିବା ବ୍ୟକ୍ତି ବ୍ୟସ୍ତ ରହିବେ। ସଠିକ୍ ତର୍କ ବଳରେ କାହାରିକୁ ବି ସହମତ କରାଇନେବେ। ଶିକ୍ଷାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ।
ତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ। ଅଫିସ କାମ ସଂପୂର୍ଣ୍ଣ କରିବାରେ ଅଧିକ ସମୟ ଲାଗିବ। ଦୀର୍ଘ ଦିନରୁ ଲାଗି ରହିଥିବା ମକଦ୍ଦମାରେ ବିଜୟ ଲାଭ କରିବେ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ।
ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ପାଇବେ। ଧର୍ମକାର୍ଯ୍ୟରେ ଅଧିକ ସମୟ ବିତିବ। ଇସ୍ପାତ ବ୍ୟବସାୟୀଙ୍କୁ ଲାଭ କମ୍ ମିଳିପାରେ। ଅଫିସରେ କରିଥିବା କାମର ଶ୍ରେୟ ଅନ୍ୟ କାହାରିକୁ ଦିଅନ୍ତୁ ନାହିଁ।
ଧନୁ: ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ। ଆପଣଙ୍କ ବ୍ୟବହାରରେ ଟିକେ ପରିବର୍ତ୍ତନ ଆଣନ୍ତୁ। ବ୍ୟବସାୟ କାମରେ ଅନ୍ୟ ସ୍ଥାନକୁ ଯିବେ। ନିଜ ସାଥୀଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି। ଇଂଜିନିୟର ନିଜର ଅଭିଜ୍ଞତାକୁ ଠିକ୍ ଦିଶାରେ ପ୍ରୟୋଗ କରିବେ। ଉପାର୍ଜନ ଲାଗି ନୂଆ ଯୋଜନା ତିଆରି କରିବେ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ।
କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସିେର ସମୟ କଟିବ। ଦାମ୍ପତ୍ୟ ସମ୍ବନ୍ଧକୁ ଉତ୍ତମ କରିବା ଲାଗି ଚେଷ୍ଟା କରନ୍ତୁ। ଚାକିରିରେ କିଛି ପରିବର୍ତ୍ତନ ହେବାର ଯୋଗ ରହିଛି। ଖେଳାଳିମାନଙ୍କ ଲାଗି ଦିନଟି ଭଲ।
ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ବ୍ୟବସାୟରେ ପୁଞ୍ଜି ନିବେଶ କରନ୍ତୁ, ଲାଭ ହେବ। ବିନା କାରଣରେ କାହାରି କଥାରେ ଦଖଲ ଦିଅନ୍ତୁ ନାହିଁ। କଳା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ।
No comments:
Post a Comment