AFFILIATE MARKETING

https://binomo.com?a=90810425bb57&t=0

Monday, September 8, 2025

ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା, ୮/୯: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ଚେନ୍ନାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୯ ବର୍ଷ ବୟସରେ ଢୋଲକିଆଙ୍କ ପରଲୋକ ହୋଇଛି।

୪ ଥରର ବିଧାୟକ ରହିଥିଲେ ଢୋଲକିଆ। ୨୦୦୪ରେ ସ୍ବାଧୀନ ଭାବେ ନୂଆପଡ଼ା ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୯, ୨୦୧୯ ଓ ୨୦୨୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। ୨୦୧୯ରେ ଅବଶ୍ୟ ପୁଣି ବିଜେଡି ଟିକେଟରେ ନିର୍ବାଚିତ ହୋଇ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିଲେ। ୨୦୨୪ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି, “ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।”

No comments:

COASTAL NEWS

COOPERATIVE MINISTER

To Sj Pradeep Balasamanta Hon’ble Minister, Cooperation, Handlooms & Textiles Department Government of Odisha Subject: ...