AFFILIATE MARKETING

https://binomo.com?a=90810425bb57&t=0

Thursday, September 25, 2025

ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି

ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି

ଧର୍ମେନ୍ଦ୍ର ପ୍ରଧାନ ଓ ବୈଜୟନ୍ତ ପଣ୍ଡାଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ, ୨୫/୯: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେପିର ଶୀର୍ଷ ନେତୃତ୍ୱ। ଆଗକୁ ବିଭିନ୍ନ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କରିଛି ବିଜେପି।

ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଉଭୟ ବରିଷ୍ଠ ନେତାଙ୍କ ଉପରେ ପୂର୍ଣ୍ଣ ଭରସା କରି ଗୁରୁ ଦାୟିତ୍ୱ ଦେଇଛି ବିଜେପି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନ ପ୍ରଭାରୀ ଦାୟିତ୍ୱ ମିଳିଥିବା ବେଳେ ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ନିର୍ବାଚନ ପ୍ରଭାରୀ ଦାୟିତ୍ବ ମିଳିଛି।

ସେହିପରି ଭୂପେନ୍ଦ୍ର ଯାଦବଙ୍କୁ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଭାରୀ ଦାୟିତ୍ବ ମିଳିଛି। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସି.ଆର. ପାଟିଲ ଏବଂ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ବିହାର ପାଇଁ ନିର୍ବାଚନ ସହ-ପ୍ରଭାରୀ କରାଯାଇଛି। ମୁରଲୀଧର ମୋହଲଙ୍କୁ ତାମିଲନାଡୁ ନିର୍ବାଚନ ସହ-ପ୍ରଭାରୀ ଦାୟିତ୍ୱ ମିଳିଛି।

ସୂଚନାଯୋଗ୍ୟ, ଆସନ୍ତା ନଭେମ୍ବର ସୁଦ୍ଧା ବିହାର ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ବର୍ଷ ମାର୍ଚ୍ଚ ବେଳକୁ ପଶ୍ଚିମବଙ୍ଗ ନିର୍ବାଚନ ହେବ। ସେହିପରି ଆସନ୍ତା ବର୍ଷ ଏପ୍ରିଲ-ମେ’ ବେଳକୁ ତାମିଲନାଡୁ ନିର୍ବାଚନ ହେବ।

No comments:

COASTAL NEWS

ବଢ଼ିଲା ବାତ୍ୟା ଆଶଙ୍କା

ବଢ଼ିଲା ବାତ୍ୟା ଆଶଙ୍କା ନମସ୍କାର, ଆପଣ ଦେଖୁଛନ୍ତି କୋଷ୍ଟାଲ ନିଉଜ୍ । ମୁଁ ଆପଣଙ୍କ ଉପସ୍ଥାପକ ଶେଖର ସୁମନ ଦାସ । ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନେଇ...