AFFILIATE MARKETING

https://binomo.com?a=90810425bb57&t=0

Monday, September 8, 2025

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୩ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ

ଶିକ୍ଷା ହିଁ ସମୃଦ୍ଧ ଭାରତର ମାନଦଣ୍ଡ ଅଟେ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୦୭/୦୯: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୩ ତମ ପ୍ରତିଷ୍ଠା ଦିବସ ଆଜି ପରିଷଦ ମୁଖ୍ୟ କାର୍ଯ୍ୟାଳୟ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ କହିଥିଲେ ଯେ, ଶିକ୍ଷା ହିଁ ସମୃଦ୍ଧ ଭାରତର ମାନଦଣ୍ଡ ଅଟେ । ଶିକ୍ଷା ବ୍ୟକ୍ତିତ୍ୱର ପରିପ୍ରକାଶ କରି ଏକ ସୁସ୍ଥ ସମାଜ ଗଠନରେ ସହାୟକ ହୋଇଥାଏ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦୀର୍ଘ ୪୩ ବର୍ଷର ଯାତ୍ରା ଅତିକ୍ରମ କରି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନିର୍ମାଣରେ ନିରନ୍ତର ସହଭାଗୀ ହୋଇଥିବାରୁ ଏହାର କର୍ମକର୍ତ୍ତାଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ ।

ପ୍ରତିଷ୍ଠା ଦିବସ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ଅନ୍ୟାନ୍ୟ ବିଶିଷ୍ଟ ଅତିଥିଙ୍କ ଦ୍ୱାରା ସ୍ମରଣିକା ‘ପ୍ରଜ୍ଞା’, ଏନଏସଏସର ବାର୍ଷିକ ବିବରଣୀ ପୁସ୍ତିକା ଉନ୍ମୋଚନ କରାଯାଇଥିଲା । ପରେ ପରେ ଏସଜିଏଫଆଇ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ସଫଳ ହୋଇଥିବା କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏବଂ ଶେଷରେ ପରିଷଦ କର୍ମଚାରୀଙ୍କ ଦ୍ୱାରା ସାମାଜିକ ନାଟକ “ଗୁରୁଦକ୍ଷିଣା” ପରିବେଷଣ କରାଯାଇଥିଲା ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ବୋର୍ଡ଼ ଅଫ ସେକେଣ୍ଡାରୀ ଏଜୁକେଶନରୁ ଶ୍ରୀ ଶ୍ରୀକାନ୍ତ ତରାଇ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ବେଳେ ପରିଷଦର ଅଧ୍ୟକ୍ଷ ଶ୍ରୀ ମୃଣାଳ କାନ୍ତି ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ଏବଂ ସଚିବ ଶ୍ରୀମତୀ ଶୁଭ୍ରବାଳା ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ, ପରିଷଦର କର୍ମକର୍ତ୍ତା ଆଦି ଯୋଗଦେଇଥିଲେ ।

No comments:

COASTAL NEWS

​🕉️ Bhagavad Gita – 5th Adhyaya (Odia Lyrical Suite)

​ 🕉️ Bhagavad Gita – 5th Adhyaya (Odia Lyrical Suite) ​ I. The Inquiry (Stanzas 1–7) ​Command: Slow meditative intro, etherea...