AFFILIATE MARKETING

https://binomo.com?a=90810425bb57&t=0

Thursday, October 16, 2025

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା
ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା

ପେନସନ୍‌ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି

ଭୁବନେଶ୍ୱର
୧୬ ଅକ୍ଟୋବର ୨୦୨୫

       ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । 

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

No comments:

COASTAL NEWS

“ଓଡିଶା ଫାର୍ମର ଆକାଉଣ୍ଟାଣ୍ଟ ଜବସ ରିକୃଟମେଣ୍ଟ 2025” ର ବିସ୍ତୃତ ସମାଚାର

ନମସ୍କାର  କୋଷ୍ଟାଲ ନିଉଜ୍ ଓଡ଼ିଆ ରେ ଆପଣମାନଙ୍କୁ ସ୍ୱାଗତ। ଆଜି ଆମେ ଆଣିଛୁ ଏକ ନୂଆ ନିଯୁକ୍ତି ଖବର , ଯାହା ହେଉଛି  “ଓଡିଶା ଫାର୍ମର ଆକାଉଣ୍ଟାଣ୍ଟ ଜବସ...