AFFILIATE MARKETING

https://binomo.com?a=90810425bb57&t=0

Friday, October 24, 2025

ଆସୁଛି ବାତ୍ୟା:

୨୯ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ପ୍ରବଳ ବର୍ଷିବ

ଭୁବନେଶ୍ଵର, ୨୪/୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଏହା ଘନୀଭୂତ ହୋଇ ଆସନ୍ତାକାଲି ଅବପାତର ରୂପ ନେବା ସମ୍ଭାବନା ରହିଛି। ୨୬ ସୁଦ୍ଧା ଗଭୀର ଅବପାତର ରୂପ ନେବ। ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଅଛି। ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି) ପକ୍ଷରୁ ଜାରି ହୋଇଛି ବାତ୍ୟାର ଗତି ପଥ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇ କହିଛନ୍ତି ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ। ୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରାଯାଇଛି। ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ବର୍ଷା ହେବ। ୨୮ ଓ ୨୯ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ। ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ହାଇ ଆଲର୍ଟରେ ଏହି ସବୁ ଜିଲ୍ଲା


ଭୁବନେଶ୍ଵର, ୨୪/୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାପାତ୍ର ସୂଚନା ଦେଇ କହିଛନ୍ତି, ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ। ୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୮ ଓ ୨୯ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ। ୨୮ ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମରେ ବର୍ଷା ହେବ। ୨୯ରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ଯାଜପୁରରେ ବର୍ଷା ହେବ। ୩୦ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ। ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ସମ୍ଭାବ୍ୟ ବାତ୍ୟାର ନାମ ମନ୍ଥା ଦିଆ ଯାଇପାରେ। ଏହି ନାମ ଥାଇଲ୍ୟାଣ୍ଡରୁ ଆସିଛି। ଥାଇଲ୍ୟାଣ୍ଡ ଦ୍ୱାରା ପ୍ରସ୍ତାବିତ ମନ୍ଥା MONTHA ନାମର ଅର୍ଥ ଥାଇ ଭାଷାରେ “ସୁଗନ୍ଧିତ ଫୁଲ” କିମ୍ବା “ସୁନ୍ଦର ଫୁଲ”।

ଏହି ନାମ ଉତ୍ତର ଭାରତ ମହାସାଗରରେ ଟ୍ରପିକାଲ ସାଇକ୍ଲୋନ ନାମକରଣ ପ୍ରଣାଳୀର ଏକ ଅଂଶ। ଏହି ଅଞ୍ଚଳରେ ହେଉଥିବା ବାତ୍ୟା ‘ଟ୍ରପିକାଲ ସାଇକ୍ଲୋନ’ ଉପରେ ନାମକରଣ ବିଶ୍ୱ ପାଣିପାଗ ସଂଗଠନ (WMO)/ESCAP ପ୍ୟାନେଲ ଦ୍ୱାରା କରାଯାଇଥାଏ, ଯେଉଁଥିରେ ୧୩ ଜଣ ସଦସ୍ୟ ଦେଶ (ବାଂଲାଦେଶ, ଭାରତ, ଇରାନ, ମାଳଦ୍ୱୀପ, ମିଆଁମାର, ଓମାନ, ପାକିସ୍ତାନ, କତାର, ସାଉଦି ଆରବ, ଶ୍ରୀଲଙ୍କା, ଥାଇଲ୍ୟାଣ୍ଡ, ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ୟେମେନ) ଅଛନ୍ତି। ପ୍ରତ୍ୟେକ ଦେଶ ନାଁ ସଂକ୍ରାନ୍ତୀୟ ଏକ ତାଲିକା ପ୍ରଦାନ କରେ, ଯାହା କ୍ରମାନୁସାରେ ବ୍ୟବହୃତ ହୁଏ। ନାମକରଣର ପ୍ରାଥମିକ ଉଦ୍ଦେଶ୍ୟ ହେଉଛି ସହଜରେ ଚିହ୍ନଟ, ଟ୍ରାକିଂ ଏବଂ ବିପର୍ଯ୍ୟୟ ସଚେତନତାକୁ ସହଜ କରିବା।

ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, “ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ। ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି। ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ସ୍ବାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି। ପଶୁମାନଙ୍କ ସୁରକ୍ଷା ପାଇଁ ପଶୁ ସମ୍ପଦ ବିଭାଗକୁ ଆଲର୍ଟ କରାଯାଇଛି।”


No comments:

COASTAL NEWS

ଆସୁଛି ବାତ୍ୟା:

ଆସୁଛି ବାତ୍ୟା: ଆଇଏମଡି ଜାରି କଲା ବାତ୍ୟାର ଗତି ପଥ ୨୯ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ପ୍ରବଳ ବର୍ଷିବ ଭୁବନେଶ୍ଵର, ୨୪/୧...