AFFILIATE MARKETING

https://binomo.com?a=90810425bb57&t=0

Monday, October 27, 2025

୩୦ ଯାଏଁ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଜିରୋ କାଜୁଆଲିଟି ଲକ୍ଷ୍ୟ

୩୦ ଯାଏଁ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଜିରୋ କାଜୁଆଲିଟି ଲକ୍ଷ୍ୟ
ଭୁବନେଶ୍ଵର: ବାତ୍ୟା ମନ୍ଥା ମୁକାବିଲା ନେଇ ଆଜି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏସ୍‌ଆରସିଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଉନ୍ନୟନ କମିଶନର , ଅଗ୍ନିଶମ ଡିଜି, ସ୍ଵାସ୍ଥ୍ୟ, କୃଷି, ଜଳ ଓ ଶକ୍ତି ବିଭାଗର ବହୁ ସଚିବ ଉପସ୍ଥିତ ଥିଲେ। ପ୍ରଖର ବେଗରେ ମାଡି ଆସୁଥିବା ସମ୍ଭାବ୍ୟ ବାତ୍ୟାକୁ କିଭଳି ମୁକାବିଲା କରାଯିବ ସେ ନେଇ ଆଲୋଚନା ହୋଇଛି। 

ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏ ନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି ଏସ୍‌ଆରସି ଦେଓରଞ୍ଜନ ସିଂହ। ମଙ୍ଗଳବାରଠୁ ୩୦ ତାରିଖ ଯାଏଁ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରାଯାଇଛି। 

ବାତ୍ୟାର ଗତି ବଢୁଛି , ଯେତେ ବଢିବ ତାର ପ୍ରଭାବ ସେତେ କମିବ। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି , ଯାହା ପରାମର୍ଶ ଦିଆଯାଇଛି ମାନନ୍ତୁ। ମାଲକାନଗିରି , ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି। ବାତ୍ୟା ନିକଟବର୍ତ୍ତୀ ହେଲେ ବର୍ଷାର ପ୍ରଭାବ ଅଧିକ ହେବ। କେହି ଭୟଭୀତ ହୁଅନ୍ତୁ ନାହିଁ, ଜିରୋ କାଜୁଆଲିଟି ଲକ୍ଷ୍ୟ ରଖାଯାଇଛି।

No comments:

COASTAL NEWS

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି।

ଦେଶରେ ତୃତୀୟ ପର୍ଯ୍ୟାୟ ଭୋଟର ତାଲିକା ସଂଶୋଧନ ନେଇ ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ(ଇସିଆଇ)। ଏଥରେ ଓଡ଼ିଶା ପାଳି। ତୃତୀୟ ପର୍ଯ୍ୟାୟରେ ୧୬ ରାଜ୍ୟ ଓ ୩ କେନ୍ଦ୍ର ...